Posted inଜାତୀୟ

ଟିଫିନ ସଫାକୁ ନେଇ ଏୟାର ଇଣ୍ଡିଆ ପାଇଲଟ-କ୍ର୍ୟୁ ମେମ୍ବର ହାତାହାତି

ନୂଆଦିଲ୍ଲୀ,୧୯।୬: ଏୟାର ଇଣ୍ଡିଆରେ ପାଇଲଟ ଓ କ୍ର୍ୟୁ ମେମ୍ବରଙ୍କ ଭିତରେ ହୋଇଥିବା ଝଗଡାର ଏକ ମାମଲା ସାମ୍‌ନାକୁ ଆସିଛି। ଏହାପରେ ବିମାନ ଏଆଇ-୭୭୨ର ପାଇଲଟ ଓ କେବିନ କ୍ର୍ୟୁ ମେମ୍ବରଙ୍କୁ ଏୟାର ଇଣ୍ଡିଆ କାର୍ଯ୍ୟରୁ ବାହାର କରିଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସୋମବାର ବେଙ୍ଗାଲୁର ଏୟାରପୋର୍ଟରେ ବିମାନ ଉଡାଣ ଭରିବା ସମୟରେ ପାଇଲଟ ଓ କ୍ର୍ୟୁ ମେମ୍ବର ମଧ୍ୟରେ ଝଗଡା ହୋଇଥିଲା। ପାଇଲଟ କ୍ର୍ୟୁ ମେମ୍ବରଙ୍କୁ ତାଙ୍କର ଟିଫିନ ସଫା କରିବାକୁ କହିଥିଲେ। ଏହାକୁ ନେଇ ୨ଜଣଙ୍କ ଭିତରେ ବଚସା ହୋଇଥିଲା। ଦେଖୁ ଦେଖୁ ଏହି ଯୁକ୍ତିତର୍କ ହାତାହାତିକୁ ବଦଳିଯାଇଥିଲା। ବିମାନରେ ଥିବା ଅନ୍ୟ କର୍ମଚାରୀ ଏହି ଘଟଣା ବାବଦରେ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। କମ୍ପାନୀ ପକ୍ଷରୁ ୨ଜଣଙ୍କୁ ତୁରନ୍ତ ବିମାନରୁ ଓହ୍ଲାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ଏଥିଯୋଗୁ ବିମାନଟି ପ୍ରାୟ ୨ଘଣ୍ଟା ବିଳମ୍ବରେ ଉଡାଣ ଭରିଥିଲା। ତେବେ ଏନେଇ ପଚରାଉଚରା କରିବା ପାଇଁ ଗୁରୁବାର ଦିଲ୍ଲୀ ମୁଖ୍ୟାଳୟକୁ ୨ଜଣଙ୍କୁ ଡକାଯାଇଛି। ଏଥିସହ ସେମାନେ ଏବେ ସାମୟିକ ଭାବେ କାର୍ଯ୍ୟରୁ ନିଲମ୍ବିତ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri