Posted inଖେଳ

ଟିମ୍‌ ଗ୍ରୋଭରଙ୍କ ସହାୟତା ନେଉଛନ୍ତି ଶ୍ରୀସନ୍ଥ

ନୂଆଦିଲ୍ଲୀ, ୨୨ା୬ (ପି.ଟି.): କ୍ରିକେଟକୁ ଫେରିବା ଲାଗି ପ୍ରସ୍ତୁତି ଚଳାଇଛନ୍ତି ପେସ୍‌ବୋଲର ଏସ୍‌ ଶ୍ରୀସନ୍ଥ୍‌। ମାଇକେଲ ଜୋର୍ଡାନଙ୍କ ପୂର୍ବତନ ଟ୍ରେନର ଟିମ୍‌ ଗ୍ରୋଭରଙ୍କଠାରୁ ମେଣ୍ଟାଲ କଣ୍ଡିଶନିଂ ଶିକ୍ଷା ନେଉଛନ୍ତି। ଗ୍ରୋଭର ହେଉଛନ୍ତି ଏନବିଏର ଜଣାଶୁଣା ଶାରୀରିକ ଓ ମାନସିକ ଟ୍ରେନିଂ କୋଚ୍‌। ମାଇକେଲ ଜୋର୍ଡାନ ଓ କୋବେ ବ୍ରାଏଣ୍ଟ୍‌ଙ୍କ ଭଳି ଷ୍ଟାର ବାସ୍କେଟବଲ ଖେଳାଳିଙ୍କ ସହିତ ସେ କାର୍ଯ୍ୟ କରିଛନ୍ତି। ଶ୍ରୀସନ୍ଥ କହିଛନ୍ତି ସପ୍ତାହକୁ ୩ଥର ସକାଳ ୫ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ଗ୍ରୋଭରଙ୍କ ଅନ୍‌ଲାଇନ୍‌ କ୍ଲାସ୍‌ରେ ଯୋଗ ଦେଉଛନ୍ତି। ଅପରାହ୍ନରେ ୧ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏର୍ନାକୁଲମସ୍ଥିତ ଇନ୍‌ଡୋର ନେଟ୍ସରେ ୨୩ ବର୍ଷରୁ କମ୍‌ କେରଳ ଦଳର ବହୁ ଖେଳାଳି ଏବଂ ସଚିନ ବେବିଙ୍କ ଭଳି ରଣଜୀ ଖେଳାଳିଙ୍କ ସହ ଅଭ୍ୟାସ ଜାରି ରଖିଛନ୍ତି। ୨୦୧୩ ଆଇପିଏଲ ସ୍ପଟ ଫିକ୍ସିଂ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ୭ ବର୍ଷ ଦଣ୍ଡିତ ହେବାପରେ ଭାରତର ଏହି ପ୍ରତିଭା ସମ୍ପନ୍ନ ସୁଇଂ ବୋଲର କେରଳ ତରଫରୁ ପୁଣି ରଣଜୀ ଖେଳିବା ଲାଗି ଯୋଜନା ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri