Posted inଖେଳ

ଟି୧୦ ଲିଗ୍‌ରେ ଖେଳିବେ ଯୁବି

ଦୁବାଇ,୨୪।୧୦- ପୂର୍ବତନ ଭାରତୀୟ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ (ଯୁବି) ଟି୧୦ ଲିଗ୍‌ର ଦ୍ୱିତୀୟ ସଂସ୍କରଣରେ ଖେଳିବାକୁ ଯାଉଛନ୍ତି। ତାଙ୍କୁ ମରାଠା ଆରବିଆନ୍ସ ଦଳରେ ସାମିଲ କରାଯାଇଛି। ଗତ ଜୁନରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଯୁବି ଦ୍ୱିତୀୟ ଥର ପାଇଁ ବିଶ୍ୱର କୌଣସି ଫ୍ରାଞ୍ଚାଇଜ ଭିତ୍ତିକ ଲିଗ୍‌ରେ ଅଂଶଗ୍ରହଣ କରିବାକୁ ଯାଉଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ସ୍ବୀକୃତି ପ୍ରାପ୍ତ ଲିଗ୍‌ ନଭେମ୍ବର ୧୪ ତାରିଖରୁ ଆରମ୍ଭ ହେବ। ପୂର୍ବତନ ବାମହାତୀ ଷ୍ଟଇଲିସ ବ୍ୟାଟ୍ସମ୍ୟାନ ୨୦୦୭ ଟି୨୦ ବିଶ୍ୱକପ୍‌ ଓ ୨୦୧୧ ଆଇସିସି ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ଥିଲେ। ସେ ଅବସରବେଳେ ବିଶ୍ୱର ବିଭିନ୍ନ ଲିଗ୍‌ରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଥିଲେ। କାରଣ ବିସିସିଆଇ ଅନ୍ତର୍ଜାତୀୟ କ୍ରିକେଟ ଖେଳୁଥିବା ଖେଳାଳିଙ୍କୁ ଆଇପିଏଲ ଛଡ଼ା କୌଣସି ଫ୍ରାଞ୍ଚାଇଜ ଭିତ୍ତିକ ଲିଗ୍‌ରେ ଖେଳିବାକୁ ଅନୁମତି ଦିଏ ନାହିଁ। ଅବସର ପରେ ୩୭ ବର୍ଷୀୟ ଅଲରାଉଣ୍ଡର କାନାଡର ଗ୍ଲୋବାଲ ଟି୨୦ ଲିଗ୍‌ରେ ଟରୋଣ୍ଟୋ ନ୍ୟାଶନାଲ୍ସ ପାଇଁ ଖେଳିଥିଲେ। ଏ ସମ୍ପର୍କରେ ଯୁବି କହିଛନ୍ତି, ଏହା ଏକ ନୂଆ ଫର୍ମାଟ। ମରାଠା ଆରବିଆନ୍ସ ଦଳରେ ବିଶ୍ୱର କିଛି ଶ୍ରେଷ୍ଠ ଖେଳାଳିଙ୍କ ସହ ଖେଳିବାକୁ ମୋତେ ସୁଯୋଗ ମିଳିବ। ଏଣୁ ମୁଁ ବହୁତ ଉତ୍ସାହିତ ଅଛି। ପୂର୍ବତନ ଓ୍ବେଷ୍ଟଇଣ୍ଡିଜ ଦଳର ଅଧିନାୟକ ଡ୍ବେନ ବ୍ରାଭୋ ପୂର୍ବ ସଂସ୍କରଣ ଭଳି ଏଥର ମଧ୍ୟ ଦଳର ନେତୃତ୍ୱ ନେବେ। ଏହି ଫ୍ରାଞ୍ଚାଇଜରେ ଶ୍ରୀଲଙ୍କା ଟି୨୦ ଦଳର ଅଧିନାୟକ ଲସିଥ ମାଲିଙ୍ଗା, ଆଫଗାନିସ୍ତାନର ନାଜିବୁଲା ଜର୍ଡାନ ଓ ହଜାରୁତୁଲା ଜଜାଇଙ୍କ ଭଳି ଖେଳାଳି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri