ଟି୨୦ ବିଶ୍ୱକପ୍‌: ଅଗଷ୍ଟ ପୂର୍ବରୁ ନିଷ୍ପତ୍ତି ନେବନି ଆଇସିସି

ଦୁବାଇ,୨୦।୪: କରୋନା ଭାଇରସ୍‌ ସାରା ବିଶ୍ୱରେ ମହାମାରୀ ରୂପ ନେଇ ଆତଙ୍କ ବଜାୟ ରଖିଛି। ଏପରିସ୍ଥଳେ ବିଶ୍ୱର ପ୍ରାୟ ସବୁ କ୍ରୀଡ଼ା ଇଭେଣ୍ଟ ବାତିଲ ହୋଇଛି କିମ୍ବା ସ୍ଥଗିତ ରହିଛି। ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)କୁ ମଧ୍ୟ ସ୍ଥଗିତ ରଖାଯାଇଛି। ଏବେ ଅଷ୍ଟ୍ରେଲିଆରେ ଆଗାମୀ ଅକ୍ଟୋବର-ନଭେମ୍ବରରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଖେଳାଯିବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
କରୋନା ଭାଇରସ୍‌ କାରଣରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ଲକ୍‌ଡାଉନ ଜାରି ରଖିଛି। କେବଳ ସେତିକି ନୁହଁ ୬ ମାସ ପାଇଁ ଅଷ୍ଟ୍ରେଲିଆ ତା’ର ସୀମା ସିଲ କରିଛି। ଫଳରେ ୧୮ ଅକ୍ଟୋବରରୁ ଆରମ୍ଭ ହୋଇ ୧୫ ନଭେମ୍ବର ପର୍ଯ୍ୟନ୍ତ ଚାଲିବାକୁ ଥିବା ଟି୨୦ ବିଶ୍ୱକପ୍‌ ଆୟୋଜନ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏହି ଟୁର୍ନାମେଣ୍ଟକୁ ଆସନ୍ତାବର୍ଷକୁ ଘୁଞ୍ଚାଇ ଦିଆଯିବ ବୋଲି ଶୁଣାଯାଉଛି। ଏଭଳି ସ୍ଥିତିରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଆସନ୍ତା ଅଗଷ୍ଟ ପୂର୍ବରୁ ଟି୨୦ ବିଶ୍ୱକପ୍‌ ନେଇ କୌଣସି ନିଷ୍ପତ୍ତି ନେବ ନାହିଁ ବୋଲି କହିଛି। ଅନିଶ୍ଚିତତା ଜାରି ରହିଥିବା ବେଳେ ଖେଳାଳି, କୋଚ୍‌, ପ୍ରଶଂସକ ଓ କ୍ରିକେଟ ସହିତ ସମ୍ପର୍କିତ ସବୁ ଲୋକଙ୍କ ସ୍ବାସ୍ଥ୍ୟ ଓ ନିରାପତ୍ତାକୁ ଆମେ ଗୁରୁତ୍ୱ ଦେବୁ ବୋଲି ଆଇସିସିର ପ୍ରବକ୍ତା କହିଛନ୍ତି। ଏହି ଟୁର୍ନାମେଣ୍ଟକୁ ଖୋଲା ଷ୍ଟାଡିୟମରେ ଆୟୋଜନ କରାଯିବ ବୋଲି ସୂଚନା ମିଳିଛ। ତେବେ ଅଗଷ୍ଟରେ ଏ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ଇତିମଧ୍ୟରେ ଆଇସିସି ତା’ର ମୁଖ୍ୟ କାର୍ଯ୍ୟନିର୍ବାହୀ କମିଟିର ବୈଠକ ଡାକିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ଜୟ ଶାହା ଏହି ବୈଠକରେ ଅଂଶଗ୍ରହଣ କରିବେ। ଏହି ବୈଠକରେ ଫ୍ୟୁଚର ଟୁର ପ୍ରୋଗ୍ରାମରେ ପରିବର୍ତ୍ତନ କରାଯିବା ନେଇ ଆଲୋଚନା ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri