Posted inଖେଳ

ଟି୨୦ ବିଶ୍ୱକପ୍‌ : ଅନ୍ତିମ ଦୁଇ ଦଳ ଭାବେ ଓମାନ, ସ୍କଟ୍‌ଲାଣ୍ଡର ଯୋଗ୍ୟତା

ଦୁବାଇ, ୩୧।୧୦ (ଏଏଫ୍‌ପି)- ଓମାନ ଓ ସ୍କଟ୍‌ଲାଣ୍ଡ ଅନ୍ତିମ ଦୁଇ ଦଳ ଭାବେ ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ୨୦୨୦ ଆଇସିସି ଟି୨୦ ବିଶ୍ୱକପ୍‌କୁ ଯୋଗ୍ୟତା ଅର୍ଜନ କରିଛନ୍ତି। ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ରେ ଓମାନ ୧୨ ରନରେ ହଂକଂକୁ ଏବଂ ସ୍କଟ୍‌ଲାଣ୍ଡ ୯୦ ରନରେ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)କୁ ହରାଇ ଏହି ସଫଳତା ପାଇଛନ୍ତି। ଓମାନ ଓ ସ୍କଟ୍‌ଲାଣ୍ଡ ପୂର୍ବରୁ ନାମ୍ବିଆ, ନେଦରଲାଣ୍ଡ୍ସ, ପପୁଆ ନ୍ୟୁ ଗିନି ଓ ଆୟର୍ଲାଣ୍ଡ ବିଶ୍ୱକପ୍‌ ଟିକେଟ୍‌ ହାସଲ କରିସାରିଛନ୍ତି। ଆସନ୍ତା ବର୍ଷ ଅକ୍ଟୋବର ୧୮ରୁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଟି୨୦ ବିଶ୍ୱକପ୍‌ ଅନୁଷ୍ଠିତ ହେବ।
ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ହଂକଂ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ପ୍ରଥମେ ବ୍ୟାଟିଂ କରି ଓମାନ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୧୩୪ ରନ କରିଥିଲା। ଦଳ ପକ୍ଷରୁ ଓପନର୍‌ ଜିତେନ୍ଦ୍ର ସିଂ ୬୭ ରନର ଅପରାଜିତ ଇନିଂସ ଖେଳିଥିଲେ। ଜବାବରେ ୧୮ ରନରେ ୫ ଉଇକେଟ୍‌ ହରାଇଥିବା ହଂକଂ ଉଇକେଟ୍‌କିପର ସ୍କଟ୍‌ ମ୍ୟାକେଚିନ (୪୪)ଙ୍କ ଉପଯୋଗୀ ବ୍ୟାଟିଂ ସତ୍ତ୍ୱେ ୯ ଉଇକେଟ୍‌ ହରାଇ ୧୨୨ ରନ କରିବାକୁ ସମର୍ଥ ହୋଇଥିଲା। ସେହିଭଳି ଅନ୍ୟ ଏକ ମ୍ୟାଚ୍‌ରେ ୟୁଏଇ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରି ସ୍କଟ୍‌ଲାଣ୍ଡ ଓପନର୍‌ ଜର୍ଜ ମୁନ୍‌ସୀ ୬୫, ଅଧିନାୟକ କେଲୀ କୋଏଟଜର ୩୪, ରିଚି ବ୍ରିଙ୍ଗଟନ ୪୮ ରନ ବଳରେ ୬ ଉଇକେଟ୍‌ ହରାଇ ୧୯୮ ରନ କରିଥିଲା। ଜବାବରେ ୟୁଏଇ ୧୮.୩ ଓଭରରେ ୧୦୮ ରନ କରି ଅଲ୍‌ଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri