Posted inଖେଳ

‘ଟି୨୦ ବିଶ୍ୱକପ୍‌ ଆୟୋଜନ ଅବାସ୍ତବ ମନେ ହେଉଛି’

ମେଲବୋର୍ନ, ୧୭ା୬ (ପି.ଟି.)- କୋଭିଡ୍‌-୧୯ ମହାମାରୀ ଯୋଗୁ ଟି୨୦ ବିଶ୍ୱକପ୍‌ ଆୟୋଜନ ଅବାସ୍ତବ ମନେ ହେଉଛି ବୋଲି କହିଛନ୍ତି କ୍ରିକେଟ ଅଷ୍ଟ୍ରେଲିଆ ଚେୟାରମ୍ୟାନ ଇଅର୍ଲ ଏଡିଙ୍ଗ୍ସ। ଟୁର୍ନାମେଣ୍ଟରେ ଭାଗ ନେଉଥିବା ୧୬ଟି ଦଳ ଦେଶକୁ ଆସିବା ସହଜ ନୁହେଁ। ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ୮.୧ ନିୟୁତରୁ ଅଧିକ ରହିଛି। ବହୁ ଦେଶ ଯାତାୟାତରେ କଟକଣା ଜାରି କରିଥିବାରୁ ଅକ୍ଟୋବର-ନଭେମ୍ବରରେ ହେବାକୁଥିବା ଏହି ପ୍ରତିଯୋଗିତାର ଆୟୋଜନ ନେଇ ଅନିଶ୍ଚିତତା ଦେଖା ଦେଇଛି ବୋଲି ଏଡିଙ୍ଗ୍ସ କହିଛନ୍ତି। ଅନ୍ୟପକ୍ଷରେ ଏହି ପ୍ରତିଯୋଗିତା ଆୟୋଜନ କରିବା ଲାଗି ବିକଳ୍ପ ବାଟ ଖୋଜିବାରେ ବ୍ୟସ୍ତ ରହିଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)। ତେବେ କ୍ରିକେଟର ଏହି ବିଶ୍ୱ ପରିଚାଳନା ପରିଷଦ ଆସନ୍ତା ମାସରେ ଚୂଡ଼ାନ୍ତ ନିଷ୍ପତି ନେବ। ଶୁଣିବାକୁ ମିଳୁଛି ଯେ, ଏହି ମେଗା ଇଭେଣ୍ଟକୁ ସ୍ଥଗିତ ରଖାଯିବ। ଯଦି ଏହା ହୁଏ ତେବେ ବର୍ତ୍ତମାନ ସସ୍‌ପେଣ୍ଡ ରଖାଯାଇଥିବା ଆଇପିଏଲ୍‌ ଆୟୋଜନ ପାଇଁ ରାସ୍ତା ଖୋଲିଯିବ। ସୂଚନାଯୋଗ୍ୟ, ଯେଉଁ କେତୋଟି ଦେଶ କରୋନାକୁ ନିୟନ୍ତ୍ରଣରେ ରଖିବାରେ ସଫଳ ହୋଇଛନ୍ତି, ସେମାନଙ୍କ ମଧ୍ୟରେ ଅଷ୍ଟ୍ରେଲିଆ ଅନ୍ୟତମ। ଏହି ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ମାତ୍ର ୭ ହଜାରରୁ ଅଧିକ। ତନ୍ମଧ୍ୟରୁ ୬୦୦୦ରୁ ଅଧିକ ସୁସ୍ଥ ହୋଇଛନ୍ତି। ଏଣେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କୋଷାଧ୍ୟକ୍ଷ ଅରୁଣ ଧୂମଲ ବାରମ୍ବାର କହି ଆସୁଛନ୍ତି ଯେ, ଟି୨୦ ବିଶ୍ୱକପ୍‌ ଯଦି ସ୍ଥଗିତ ରୁହେ ତେବେ ଆଇପିଏଲ ଆାୟୋଜନ ହୋଇପାରିବ। ଆଇପିଏଲ୍‌ ଯଦି ଆୟୋଜନ ନ ହୁଏ ତେବେ ୪୦୦୦ କୋଟି ରାଜସ୍ବ ହାନି ଘଟିବ। ଏହା ଏକ ବଡ଼ ସମସ୍ୟା ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri