Posted inଖେଳ

‘ଟି୨୦ ବିଶ୍ୱକପ୍‌ ଆୟୋଜନ ଅବାସ୍ତବ ମନେ ହେଉଛି’

ମେଲବୋର୍ନ, ୧୭ା୬ (ପି.ଟି.)- କୋଭିଡ୍‌-୧୯ ମହାମାରୀ ଯୋଗୁ ଟି୨୦ ବିଶ୍ୱକପ୍‌ ଆୟୋଜନ ଅବାସ୍ତବ ମନେ ହେଉଛି ବୋଲି କହିଛନ୍ତି କ୍ରିକେଟ ଅଷ୍ଟ୍ରେଲିଆ ଚେୟାରମ୍ୟାନ ଇଅର୍ଲ ଏଡିଙ୍ଗ୍ସ। ଟୁର୍ନାମେଣ୍ଟରେ ଭାଗ ନେଉଥିବା ୧୬ଟି ଦଳ ଦେଶକୁ ଆସିବା ସହଜ ନୁହେଁ। ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ୮.୧ ନିୟୁତରୁ ଅଧିକ ରହିଛି। ବହୁ ଦେଶ ଯାତାୟାତରେ କଟକଣା ଜାରି କରିଥିବାରୁ ଅକ୍ଟୋବର-ନଭେମ୍ବରରେ ହେବାକୁଥିବା ଏହି ପ୍ରତିଯୋଗିତାର ଆୟୋଜନ ନେଇ ଅନିଶ୍ଚିତତା ଦେଖା ଦେଇଛି ବୋଲି ଏଡିଙ୍ଗ୍ସ କହିଛନ୍ତି। ଅନ୍ୟପକ୍ଷରେ ଏହି ପ୍ରତିଯୋଗିତା ଆୟୋଜନ କରିବା ଲାଗି ବିକଳ୍ପ ବାଟ ଖୋଜିବାରେ ବ୍ୟସ୍ତ ରହିଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)। ତେବେ କ୍ରିକେଟର ଏହି ବିଶ୍ୱ ପରିଚାଳନା ପରିଷଦ ଆସନ୍ତା ମାସରେ ଚୂଡ଼ାନ୍ତ ନିଷ୍ପତି ନେବ। ଶୁଣିବାକୁ ମିଳୁଛି ଯେ, ଏହି ମେଗା ଇଭେଣ୍ଟକୁ ସ୍ଥଗିତ ରଖାଯିବ। ଯଦି ଏହା ହୁଏ ତେବେ ବର୍ତ୍ତମାନ ସସ୍‌ପେଣ୍ଡ ରଖାଯାଇଥିବା ଆଇପିଏଲ୍‌ ଆୟୋଜନ ପାଇଁ ରାସ୍ତା ଖୋଲିଯିବ। ସୂଚନାଯୋଗ୍ୟ, ଯେଉଁ କେତୋଟି ଦେଶ କରୋନାକୁ ନିୟନ୍ତ୍ରଣରେ ରଖିବାରେ ସଫଳ ହୋଇଛନ୍ତି, ସେମାନଙ୍କ ମଧ୍ୟରେ ଅଷ୍ଟ୍ରେଲିଆ ଅନ୍ୟତମ। ଏହି ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ମାତ୍ର ୭ ହଜାରରୁ ଅଧିକ। ତନ୍ମଧ୍ୟରୁ ୬୦୦୦ରୁ ଅଧିକ ସୁସ୍ଥ ହୋଇଛନ୍ତି। ଏଣେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କୋଷାଧ୍ୟକ୍ଷ ଅରୁଣ ଧୂମଲ ବାରମ୍ବାର କହି ଆସୁଛନ୍ତି ଯେ, ଟି୨୦ ବିଶ୍ୱକପ୍‌ ଯଦି ସ୍ଥଗିତ ରୁହେ ତେବେ ଆଇପିଏଲ ଆାୟୋଜନ ହୋଇପାରିବ। ଆଇପିଏଲ୍‌ ଯଦି ଆୟୋଜନ ନ ହୁଏ ତେବେ ୪୦୦୦ କୋଟି ରାଜସ୍ବ ହାନି ଘଟିବ। ଏହା ଏକ ବଡ଼ ସମସ୍ୟା ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri