Posted inଖେଳ

ଟି୨୦ ବିଶ୍ୱକପ୍‌: ଖେଳାଳିଙ୍କୁ ୨ ସପ୍ତାହ ଆସୋଲେଶନ ପାଇଁ ଡୁପ୍ଲେସିଙ୍କ ପରାମର୍ଶ

ନୂଆଦିଲ୍ଲୀ,୧୪।୫ (ପି.ଟି.):ଦକ୍ଷିଣ ଆଫ୍ରିକାର ଅଭିଜ୍ଞ ବ୍ୟାଟ୍ସମ୍ୟାନ ଫାଫ୍‌ ଡୁପ୍ଲେସି ଅଷ୍ଟ୍ରେଲିଆରେ ଆଗକୁ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ଏକ ବହୁମୂଲ୍ୟ ପରାମର୍ଶ ଦେଇଛନ୍ତି। ବିଶ୍ୱକପ୍‌ ପୂର୍ବରୁ ଓ ପରେ ଖେଳାଳିମାନଙ୍କୁ ୨ ସପ୍ତାହ ଆଇସୋଲେଶନରେ ରଖିବାକୁ ସେ ମତ ଦେଇଛନ୍ତି। କୋଭିଡ୍‌-୧୯ ମହାମାରୀ କାରଣରୁ ଅନ୍ୟ କ୍ରୀଡ଼ା ଭଳି କ୍ରିକେଟ ମଧ୍ୟ ଠପ୍‌ ହୋଇଯାଇଛି। ଏହି ମହାମାରୀ କାରଣରୁ ଆଗାମୀ ଅକ୍ଟୋବର-ନଭେମ୍ବରରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌କୁ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି।
ଏହି ଭାଇରସ୍‌ରେ ଅଷ୍ଟ୍ରେଲିଆ ସେତେଟା ଅଧିକ ପ୍ରଭାବିତ ହୋଇ ନ ଥିଲେ ମଧ୍ୟ ସେଠାକୁ ଯାତ୍ରା କରିବା ଏକ ବଡ଼ ଚ୍ୟାଲେଞ୍ଜ ବୋଲି ବାଂଲାଦେଶ ଅଧିନାୟକ ତାମିମ ଇକ୍‌ବାଲଙ୍କ ସହ କଥା ହେବା ବେଳେ ଡୁପ୍ଲେସି ଏହା କହିଛନ୍ତି। ବାଂଲାଦେଶ , ଦକ୍ଷିଣ ଆଫ୍ରିକା ଓ ଭାରତ ଭଳି ଦେଶରୁ କ୍ରିକେଟର କିଭଳି ଯାତ୍ରା କରିବେ ତାହା ଏକ ବଡ଼ ସମସ୍ୟା। ଏଥିରେ ନିଶ୍ଚିତ ଭାବେ ବିପଦ ରହିଛି। ତେବେ ଖେଳାଳିଙ୍କ ଟୁର୍ନାମେଣ୍ଟ ପୂର୍ବରୁ ଓ ପରେ ଆସୋଲେଶନରେ ରଖାଯିବାର ଆବଶ୍ୟକତା ଉପରେ ଡୁପ୍ଲେସି ଗୁରୁତ୍ୱ ଦେଇଛନ୍ତି। ଆଗଭଳି ଆମେ ଯାତ୍ରା କରିପାରିବୁ ନାହିଁ ବୋଲି ଡୁପ୍ଲେସି କହିଛନ୍ତି। ଉଲ୍ଲେଖଥାଉ କି, ଗତ ମାର୍ଚ୍ଚରେ ଦକ୍ଷିଣ ଆଫ୍ରିକାର ଭାରତ ବିପକ୍ଷ ସିରିଜ ମଧ୍ୟ ବାତିଲ ହୋଇଛି। ଅବଶ୍ୟ ପ୍ରଥମ ମ୍ୟାଚ୍‌ ବର୍ଷାଯୋଗୁ ଧୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri