Posted inଖେଳ

ଟି୨୦ ବିଶ୍ୱକପ୍‌ ଘୁଞ୍ଚିଲେ ଆଇପିଏଲ୍‌ ଖେଳିବି: ସ୍ମିଥ୍‌

ସିଡନୀ,୧।୬(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ଆସନ୍ତା ଅକ୍ଟୋବର- ନଭେମ୍ବରରେ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଘୁଞ୍ଚିବାର ସମ୍ଭାବନା ସୃଷ୍ଟି ହୋଇଛି। ଏପରି ହେଲେ ଅଷ୍ଟ୍ରେଲୀୟ ବ୍ୟାଟିଂ ତାରକା ଷ୍ଟିଭ୍‌ ସ୍ମିଥ୍‌ ଇଣ୍ଡିଆନ ପ୍ରମିୟର ଲିଗ୍‌ (ଆଇପିଏଲ୍‌) ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ମହାମାରୀ କାରଣରୁ ଆଇପିଏଲ ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସେପ୍ଟେମ୍ବର- ଅକ୍ଟୋବର ଓ୍ବିଣ୍ଡୋ ଉପରେ ନଜର ରଖିଛି।
ସ୍ମିଥ୍‌ଙ୍କୁ ରାଜସ୍ଥାନ ରୟାଲ୍ସର ଅଧିନାୟକ ନିଯୁକ୍ତ କରାଯାଇଛି। ଅଷ୍ଟ୍ରେଲିଆ ସରକାର ଅନୁମତି ଦେଲେ ଓ ନିରାପଦ ମଣନ୍ତି ତା’ହେଲେ ଆଇପିଏଲ୍‌ ଖେଳିବାକୁ ଭାରତ ଗସ୍ତ କରିବି ବୋଲି ସ୍ମିଥ୍‌ କହିଛନ୍ତି। କିନ୍ତୁ ବିଶ୍ୱକପ୍‌ ଆୟୋଜନ ହେଲେ ପ୍ରଥମେ ଦେଶ ପାଇଁ ଖେଳିବି ବୋଲି ଟ୍ରେନିଂକୁ ଫେରିବା ପରେ ସେ କହିଛନ୍ତି। ସୋମବାର ସେ ନ୍ୟୁ ସାଉଥ୍‌ ଓ୍ବେଲ୍ସ ଦଳ ସହ ଟ୍ରେନିଂ ଆରମ୍ଭ କରିଛନ୍ତି। ଯଦି ଟି୨୦ ବିଶ୍ୱକପ୍‌କୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଏ ଆଇପିଏଲ୍‌ ଖେଳିବାର କୌଣସି ଅସୁବିଧା ନାହିଁ ବୋଲି ସେ କହିଛନ୍ତି। ନିର୍ଦ୍ଦେଶ ଅନୁଯାୟୀ ଆମେ ଯାହା କିଛି କରୁଛୁ। ଆବଶ୍ୟକତା ଅନୁଯାୟୀ ଆମେ କୌଣସି ସ୍ଥାନକୁ ଯାଉଛୁ।
ଗତ ସପ୍ତାହରେ କ୍ରିକେଟ ଅଷ୍ଟ୍ରେଲିଆ ଟି୨୦ ବିଶ୍ୱକପ୍‌ ଘୁଞ୍ଚାଇବାକୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)କୁ ଚିଠି ଲେଖିଛି ବୋଲି କୁହାଯାଇଥିଲା। ଜୁନ୍‌ ୧୦ ତାରିଖରେ ଆଇସିସି ବୈଠକ ବସିବ ଓ ଏଥିରେ ଟି୨୦ ବିଶ୍ୱକପ୍‌ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଟି୨୦ ବିଶ୍ୱକପ୍‌ ଆୟୋଜନ ହେଲେ ଭଲ କଥା। ଆୟୋଜନ ନ ହେଲେ ଘରେ ରହି ଫିଟ୍‌ ଓ ଷ୍ଟ୍ରଙ୍ଗ୍‌ ହେବାକୁ ଆମକୁ କୁହାଯାଇଛି ବୋଲି ସ୍ମିଥ୍‌ କହିଛନ୍ତି। ମ୍ୟାଚ୍‌ ବେଳେ ଲାଳ ବ୍ୟବହାର କରିବାକୁ ଆଇସିସି କ୍ରିକେଟ କମିଟି ବାରଣ କରିଛି। ତେବେ ଲାଳର ବିକଳ୍ପ ବାହାର କରିବା ନିହାତି କଷ୍ଟକର ବୋଲି ସେ କହିଛନ୍ତି। ଟି୨୦ ବିଶ୍ୱକପ୍‌ ଓ ଆଇପିଏଲ୍‌କୁ ବାଦ୍‌ ଦେଲେ ଏବେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଚାମ୍ପିୟନଶିପ୍‌ ଚାଲୁରହିବା ଜରୁରୀ। ତେବେ ବର୍ତ୍ତମାନ ଆମକୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ହେବ ବୋଲି ସ୍ମିଥ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri