ଟି୨୦ ବିଶ୍ୱକପ୍‌ ଦେଖିବାକୁ ପ୍ରଶଂସକଙ୍କୁ ମିଳିବ ଅନୁମତି

ମେଲବୋର୍ନ,୨୦।୬(ପି.ଟି.): ଅଷ୍ଟ୍ରେଲିଆରେ ଚଳିତ ବର୍ଷ ଶେଷ ଭାଗରେ ଆୟୋଜନ ହେବାକୁଥିବା ଟି୨୦ ବିଶ୍ୱକପ୍‌ ଅବସରରେ ମ୍ୟାଚ୍‌ ଦେଖିବା ପାଇଁ ପ୍ରଶଂସକଙ୍କୁ ଅନୁମତି ମିଳିବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ମଧ୍ୟବର୍ତ୍ତିକାଳୀନ ମୁଖ୍ୟ କାର୍ଯ୍ୟନିର୍ବାହୀ (ସିଇଓ) ନିକ୍‌ ହୋକ୍‌ଲି କହିଛନ୍ତି। ଯଦି ବିଶ୍ୱକପ୍‌ରେ ଅଂଶଗ୍ରହଣ କରିବାକୁ ୧୫ଟି ଦଳ ଅଷ୍ଟ୍ରେଲିଆରେ ପ୍ରବେଶ କରିବେ, ତାହାଲେ ପ୍ରଶଂସକଙ୍କୁ ମଧ୍ୟ ରୋକା ଯାଇପାରିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। କେଭିନ ରବଟର୍‌ସ ପଦ ଛାଡିବା ପରେ ହୋକ୍‌ଲି ମଧ୍ୟବର୍ତ୍ତିକାଳୀନ ସିଇଓ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି। କୋଭିଡ୍‌-୧୯ ମହାମାରୀ କାରଣରୁ ସିଏ ଏବେ ଆର୍ଥତ୍କ ସଙ୍କଟ ଦେଇ ଗତି କରୁଛି। ଏହି ମହାମାରୀ କାରଣରୁ ବିଶ୍ୱକପ୍‌ ଆୟୋଜନ ନେଇ ଆଶଙ୍କା ସୃଷ୍ଟି ହୋଇଥିଲା। ଏହି ମେଗା ଇଭେଣ୍ଟକୁ ଫାଙ୍କା ଷ୍ଟାଡିୟମରେ ଆୟୋଜନ କରାଯିବ ବୋଲି ଅନୁମାନ କରାଯାଉଛି। ତେବେ ମ୍ୟାଚ୍‌ ଦେଖିବାକୁ ପ୍ରଶଂସକ ଷ୍ଟାଡିୟମକୁ ଆସିପାରିବେ। ୧୫ଟି ଦଳର ଖେଳାଳି, ଅଫିସିଆଲ ଓ ସପୋର୍ଟ ଷ୍ଟାଫ୍‌ ଭଳି ପ୍ରଶଂସକମାନେ ମଧ୍ୟ ଅନୁମତି ପାଇବେ ବୋଲି ବୋଲି ହୋକ୍‌ଲି କହିଛନ୍ତି।
ରବଟର୍‌ସଙ୍କ ଉତ୍ତରାଧିକାରୀ ଭାବେ ଦାୟିତ୍ୱ ସମ୍ଭାଳିବାକୁ ସିଏ ତରଫରୁ ପ୍ରସ୍ତାବ ଦିଆଯିବା ପରେ ଆଚମ୍ବିତ ହୋଇଥିଲି। ତେବେ ଟି୨୦ ବିଶ୍ୱକପ୍‌ ଆୟୋଜକ କମିଟିର ସିଇଓ ପଦରୁ ଇସ୍ତଫା ଦେବେ ବୋଲି ସେ ସୂଚନା ଦେଇଛନ୍ତି। ସିଇଓ ଭାବେ ଦାୟିତ୍ୱ ତୁଲାଇବା ପାଇଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିବି। ଟି୨୦ ବିଶ୍ୱକପ୍‌ ଆୟୋଜନ ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ହୋକ୍‌ଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri