Posted inଖେଳ

ଟି୨୦ ବିଶ୍ୱକପ୍‌ : ନିଷ୍ପତ୍ତି ଜୁନ୍‌ ୧୦କୁ ଘୁଞ୍ଚିଲା

ନୂଆଦିଲ୍ଲୀ, ୨୯ା୫ (ପି.ଟି.)-ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ (ଆଇସିସି) ବୋର୍ଡର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହା ଟେଲି କନଫରେନ୍ସିଂ ଜରିଆରେ ହୋଇଥିଲା। ଏଥିରେ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ସମ୍ପର୍କରେ କୌଣସି ନିଷ୍ପତ୍ତି ନିଆଯାଇ ପାରିନାହିଁ। ଜୁନ୍‌ ୧୦ରେ ହେବାକୁଥିବା ପରବର୍ତ୍ତୀ ବୈଠକରେ ଯାହା କିଛି ସ୍ଥିର କରାଯିବ ବୋଲି ଆଇସିସି କହିଛି। ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ୍‌ ଅକ୍ଟୋବର ୧୮ରୁ ନଭେମ୍ବର ୧୫ ପର୍ଯ୍ୟନ୍ତ ହେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ କୋଭିଡ୍‌-୧୯ ମହାମାରୀ ଯୋଗୁ ଏହାକୁ ସ୍ଥଗିତ ରଖାଯିବା ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ଆଇସିସିର ଏହି ମେଗା ଇଭେଣ୍ଟ ଯଦି ସ୍ଥଗିତ ରୁହେ ତେବେ ଏହି ସମୟରେ ବର୍ତ୍ତମାନ ସସ୍‌ପେଣ୍ଡ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ଲାଗି ସମ୍ଭାବନା ଦେଖା ଦେବ। ଅନ୍ୟପକ୍ଷରେ କୋଭିଡ୍‌-୧୯ ଯୋଗୁ ଦେଖାଦେଇଥିବା ସ୍ବାସ୍ଥ୍ୟଗତ ସମସ୍ୟାକୁ ଦୃଷ୍ଟିରେ ରଖି ଟି୨୦ ବିଶ୍ୱକପ୍‌ ନେଇ ବିକଳ୍ପ ପନ୍ଥା ଉପରେ ନିବେଶକାରୀମାନଙ୍କ ସହିତ ଆଲୋଚନା ଜାରି ରଖିବା ଲାଗି ବୋର୍ଡ ଆଇସିସି ମ୍ୟାନେଜମେଣ୍ଟକୁ ଅନୁରୋଧ କରିଛି। ଆଇସିସିର ବହୁ ଆଭ୍ୟନ୍ତରୀଣ ଓ ଗୋପନୀୟ ବିଷୟ ଗଣମାଧ୍ୟମରେ ଲିକ୍‌ ହେଉଥିବାରୁ ସେ ନେଇ ବିଦାୟୀ ଚେୟାରମ୍ୟାନ ଶଶାଙ୍କ ମନୋହରଙ୍କ ସମେତ ବୋର୍ଡର ଅନ୍ୟ ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଥିଲେ। ଏହା କିପରି ହେଉଛି ତାହାର ତଦନ୍ତ ପାଇଁ ଆଇସିସିର ଏଥିକ୍ସ ଅଫିସରଙ୍କୁ କୁହାଯାଇଛି। ବୈଠକରେ ଟି୨୦ ବିଶ୍ୱକପ୍‌କୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଅବା ୨୦୨୧କୁ ଘୁଞ୍ଚାଇ ଦେବା କିମ୍ବା ୨୦୨୨ରେ କରିବା ଆଦି ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲେ ମଧ୍ୟ ସର୍ବସମ୍ମତି ନିଷ୍ପତ୍ତି ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri