Posted inଖେଳ

ଟି୨୦ ବିଶ୍ୱକପ୍‌ ବାତିଲ ହେଲେ ଆଇପିଏଲ୍‌ ଲାଗି ବାଟ ଖୋଲିବ: ଟେଲର

ମେଲବୋର୍ନ,୧୭।୫(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁଥିବା ଟି୨୦ ବିଶ୍ୱକପ୍‌ ବାତିଲ ହେବା ସମ୍ଭାବନା ସୃଷ୍ଟି ହୋଇଛି। ଯଦି ଏହି ମେଗା ଇଭେଣ୍ଟ ବାତିଲ ହୁଏ ତେବେ, ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ପାଇଁ ବାଟ ଫିଟିବ ବୋଲି ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ମାର୍କ ଟେଲର କହିଛନ୍ତି। ଟି୨୦ ବିଶ୍ୱକପ୍‌ ଅଷ୍ଟ୍ରେଲିଆରେ ଅକ୍ଟୋବର ୧୮ରୁ ଆରମ୍ଭ ହୋଇ ନଭେମ୍ବର ୧୫ରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି। କରୋନା ଭାଇରସ ମହାମାରୀ କାରଣରୁ ଏହି ଟୁର୍ନାମେଣ୍ଟ ଆୟୋଜନ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। ଯଦିଓ ଅଷ୍ଟ୍ରେଲିଆ କଡ଼ା ନିୟମରେ କେତୋଟି କ୍ରୀଡ଼ା ଇଭେଣ୍ଟ ଆୟୋଜନ ହେବାକୁ ଯାଉଛି। ଆଇପିଏଲ ମଧ୍ୟ ଏହି ଭାଇରସ୍‌ କାରଣରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଯାଇଛି। ଯଦି ଆଇପିଏଲ ଆୟୋଜନ ହୁଏ ତେବେ ଖେଳାଳିମାନେ ନିଜ ଦାୟିତ୍ୱରେ ଯାତ୍ରା କରିବେ ଓ ଏଥିପାଇଁ ସମ୍ପୃକ୍ତ ଖେଳାଳିଙ୍କ ଜାତୀୟ କ୍ରିକେଟ ବୋର୍ଡର କୌଣସି ଭୂମିକା ରହିବ ନାହିଁ।
ଟି୨୦ ବିଶ୍ୱକପ୍‌ରେ ୧୫ଟି ଦଳ ଭାଗ ନେବାର କାର୍ଯ୍ୟକ୍ରମ ରହିଛି ଓ ୭ଟି ଭେନ୍ୟୁରେ ୪୫ଟି ମ୍ୟାଚ୍‌ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏବେକାର ପରିସ୍ଥିତିରେ ଜାତୀୟ ତଥା ଅନ୍ତର୍ଜାତୀୟ ଯାତ୍ରା ବହୁତ କଷ୍ଟକର ହେବ ବୋଲି ଟେଲର ଚ୍ୟାନେଲ ନାଇନ୍‌ ସ୍ପୋଟର୍‌ସକୁ ସାକ୍ଷାତକାର ଦେଇ କହିଛନ୍ତି। ପୁଣି ଟୁର୍ନାମେଣ୍ଟ ପୂର୍ବରୁ ୧୪ ଦିନର ଆସୋସିଏଶନ ପରିସ୍ଥିତିକୁ ଆହୁରି ଅଡୁଆ କରିବ। ତେଣୁ ଏଭଳି ପରିସ୍ଥିତିରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଏହି ବିଶ୍ୱକପ୍‌କୁ ଘୁଞ୍ଚାଇବାର ଯଥେଷ୍ଟ ସମ୍ଭାବନା ରହିଛି। ଏହା ହେଲେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପାଇଁ ଆଇପିଏଲ୍‌ ଆୟୋଜନ କରିବାକୁ ବାଟ ଖୋଲିବ ବୋଲି ସେ କହିଛନ୍ତି। ଆଗକୁ ଭାରତ ଓ ଘରୋଇ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ତେଣୁ କ୍ରିକେଟ ଅଷ୍ଟ୍ରେଲିଆ ଓ ବିସିସିଆଇ ମଧ୍ୟରେ ବୁଝାମଣା ହେବାର ସୁଯୋଗ ସୃଷ୍ଟି ହୋଇଛି। ଭାରତ ଅଷ୍ଟ୍ରେଲିଆ ଗସ୍ତ କରୁ ବୋଲି ଅଷ୍ଟ୍ରେଲିଆ ଚାହୁଁଛି। ତେଣୁ ବିଶ୍ୱକପ୍‌ ଅପେକ୍ଷା ଆଇପିଏଲ୍‌କୁ ଅଧିକ ସମର୍ଥନ କରାଯାଉଛି ବୋଲି ସେ କହିଛନ୍ତି। ଉଲ୍ଲେଖଥାଉ କି, ଭାରତୀୟ କ୍ରିକେଟ ଦଳ ଏକ ପୂର୍ଣ୍ଣ ସିରିଜ ଖେଳିବାକୁ ୨୦୨୦ ଅକ୍ଟୋବରରୁ ୨୦୨୧ ଜାନୁୟାରୀ ମଧ୍ୟରେ ଅଷ୍ଟ୍ରେଲିଆ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଭାରତ ୪ଟି ଟେଷ୍ଟ ଖେଳିବ ଓ ଏହା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଅଂଶବିଶେଷ ରହିବ। ଏହାପରେ ଭାରତ ୩ଟି ଲେଖାଏ ଦିନିକିଆ ଓ ଟି୨୦ ସିରିଜ ମଧ୍ୟ ଖେଳିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri