Posted inଖେଳ

ଟି୨୦: ଭାରତ ନ ଆସିଲେ ଆମେ ଯିବୁନି: ପିସିବି

କରାଚୀ, ୨୬ା୧ (ପି.ଟିି.)- ଚଳିତ ବର୍ଷ ସେପ୍ଟେମ୍ବରରେ ପାକିସ୍ତାନ ଟି୨୦ ଏସିଆ କପ୍‌ ଆୟୋଜନ କରୁଛି। ଏଥିରେ ଅଂଶଗ୍ରହଣ ଲାଗି ଭାରତ ଯଦି ରାଜି ନ ହୁଏ ତେବେ ୨୦୨୧ରେ ଏହି ଦେଶରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ଆମେ ଦଳ ପଠାଇବୁ ନାହିଁ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ କାର୍ଯ୍ୟନିର୍ବାହୀ ଓ୍ବାସିମ୍‌ ଖାଁ ପ୍ରକାଶ କରିଛନ୍ତି। ପିସିବି ଏସିଆ କପ୍‌ ଆୟୋଜନ ଅଧିକାର ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି)କୁ ପ୍ରଦାନ କରିଛି ବୋଲି ଗଣମାଧ୍ୟମ ରିପୋର୍ଟରେ ଯାହା ପ୍ରକାଶ ପାଇଛି ପାକିସ୍ତାନ କ୍ରିକେଟ ବୋର୍ଡର ଏହି ସିନିୟର ଅଫିସିଆଲ ତାହାର ଖଣ୍ଡନ କରିଛନ୍ତି। ବାଂଲାଦେଶ କ୍ରିକେଟ ଦଳ ଯେପରି ପାକିସ୍ତାନ ଟୁର୍‌ରେ ଆସିବା ଲାଗି ରାଜି ହେବ ତାହାକୁ ଲକ୍ଷ୍ୟ ରଖି ପିସିବି ନିଜକୁ ମିଳିଥିବା ଟି୨୦ ଏସିଆ କପ୍‌ ଅଧିକାର ବିସିବିକୁ ପ୍ରଦାନ କରିବା ଲାଗି ରାଜି ହୋଇଥିବା ରିପୋର୍ଟରେ ପ୍ରକାଶ ପାଇଥିଲା। ଓ୍ବାସିମ ଖାଁ କହିଛନ୍ତି ଏସିଆନ କ୍ରିକେଟ କାଉନ୍‌ସିଲ (ଏସିସି) ଆମକୁ ଆୟୋଜନ ଅଧିକାର ପ୍ରଦାନ କରିଛି। ଏହାକୁ ଆମେ ଅନ୍ୟ କାହାରିକୁ ହସ୍ତାନ୍ତର କରିବା ଅଧିକାର ଆମର ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ…

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?