Posted inଖେଳ

ଟି୨୦ ସିରିଜ: ଅଷ୍ଟ୍ରେଲିଆର କ୍ଲିନ୍‌ ସୁଇପ୍‌

ମେଲବୋର୍ନ,୧।୧୧ (ଏଏଫ୍‌ପି)- ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରଜରେ ଘରୋଇ ଅଷ୍ଟ୍ରେଲିଆ କ୍ଲିନ୍‌ ସୁଇପ୍‌ କରିଛି। ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୧୪ଟି ବାଲ ବାକି ଥାଇ ୭ ଉଇକେଟରେ ଶ୍ରୀଲଙ୍କାକୁ ସହଜରେ ପରାସ୍ତ କରିଛି। ଫଳରେ ୩ଟି ଯାକ ମ୍ୟାଚ୍‌ ଜିତି ଅଷ୍ଟ୍ରେଲିଆ ୩-୦ରେ ସିରିଜ ହାତେଇଛି। ୫୦ ବଲରୁ ୪ ଚୌକା ଓ ୧ ଛକା ସହ ୫୭ ରନର ଅପରାଜିତ ଅର୍ଦ୍ଧଶତକୀୟ ପାଳି ଖେଳି ଅଭିଜ୍ଞ ଓପନର ଡେଭିଡ ଓ୍ବାର୍ନର ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ସେହିପରି ସାରା ସିରିଜରେ ସ୍ଥିର ପ୍ରଦର୍ଶନ କରି ଓ୍ବାର୍ନର ପ୍ଲେୟାର ଅଫ୍‌ ଦି ସିରିଜ ମଧ୍ୟ ବିବେଚିତ ହୋଇଛନ୍ତି। ଟସ୍‌ ଜିତି ଅଷ୍ଟ୍ରେଲିଆ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ୨୦ ଓଭରରେ ୬ ଉଇକେଟ ହରାଇ ୧୪୨ ରନ ସଂଗ୍ରହ କରିଥିଲା। ଜବାବରେ ଅଷ୍ଟ୍ରେଲିଆ ୧୭.୪ ଓଭରରେ ୩ ଉଇକେଟ ହରାଇ ୧୪୫ ରନ କରି ବିଜୟୀ ହୋଇଥିଲା।
୧୪୩ର ଏକ ଆଭରେଜ ଟାର୍ଗେଟର ପିଛା କରିଥିବା ଘରୋଇ ଦଳ ତରଫରୁ ଅଧିନାୟକ ତଥା ଓପନର ଆରୋନ ଫିଞ୍ଚ୍‌ ୩୭, ଅଭିଜ୍ଞ ଷ୍ଟିଭେନ୍‌ ସ୍ମିଥ ୧୩, ବେନ୍‌ ମ୍ୟାକଡର୍ମଟ ୫ ରନକରି ଆଉଟ ହୋଇଥିବା ବେଳେ ଆଷ୍ଟନ ଟର୍ନର ୨୨ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ଲସିଥ ମଲିଙ୍ଗା, ଲାହିରୁ କୁମାରା ଓ ନୂଆନ ପ୍ରଦୀପ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ତରଫରୁ ଉଇକେଟ କିପର ବ୍ୟାଟ୍ସମ୍ୟାନ କୁଶଲ ପେରେରା ସର୍ବାଧିକ ୫୭, ଅଭିସ୍କା ଫର୍ନାଣ୍ଡୋ ୨୦, କୁଶଲ ମେଣ୍ଡିସ ୧୩, ଶେହାନ ଜୟସୂରିୟା ୧୨ ରନ କରି ଆଉଟ ହୋଇଥିବା ବେଳେ ଭାନୁକା ରାଜପାକ୍‌ସା ୧୭ ଓ ଅଧିନାୟକ ମାଲିଙ୍ଗା ୮ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ ମିଚେଲ ଷ୍ଟାର୍କ, କେନ୍‌ ରିଚାର୍ଡସନ ଓ ପ୍ୟାଟ କୁମିନ୍ସ ୨ଟି ଲେଖାଏ ଉଇକେଟ ହାସଲ କରିଥିଲେ।
ସାରା ସିରିଜରେ ଘରୋଇ ଦଳ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ଆଡିଲେଡରେ ଅନୁଷ୍ଠିତ ପ୍ରଥମ ଟି୨୦ରେ ଅଷ୍ଟ୍ରେଲିଆ ବୃହତ୍‌ ୧୩୪ ରନରେ ବିଜୟୀ ହୋଇଥିଲା। ସେହିପରି ବ୍ରିସବେନ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ରେ ଅଷ୍ଟ୍ରେଲିଆ ୭ ଓଭର ବାକି ରଖି ୯ ଉଇକେଟରେ ବିଜୟୀ ହୋଇଥିଲା। ଦଳର ପ୍ରଦର୍ଶନ ନେଇ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ୍‌ ଖୁସି ଜାହିର କରିଛନ୍ତି। ପ୍ଲେୟାର ଅଫ୍‌ ସିରିଜ ବିବେଚିତ ହୋଇଥିବା ଓ୍ବାର୍ନର ପ୍ରଥମ ମ୍ୟାଚ୍‌ରେ ଅପରାଜିତ ୧୦୦ ଓ ଦ୍ୱିତୀୟ ମ୍ୟାଚ୍‌ରେ ୬୦ ରନ କରି ଅପରାଜିତ ରହିଥିଲେ।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ୨୦ ଓଭରରେ ୧୪୨/୬
(ପେରେରା- ୫୭, ଫର୍ନାଣ୍ଡୋ- ୨୦, ଷ୍ଟାର୍କ- ୨/୩୨, ରିଚାର୍ଡସନ- ୨/୨୫, କୁମିନ୍ସ- ୨/୨୩)।
ଅଷ୍ଟ୍ରେଲିଆ ୧୭.୪ ଓଭରରେ ୧୪୫/୩
(ଓ୍ବାର୍ନର- ୫୭*, ଫିଞ୍ଚ୍‌- ୩୭, ଟର୍ନର- ୨୨*, ମାଲିଙ୍ଗା- ୧/୨୨, କୁମାରା- ୧/୪୯, ପ୍ରଦୀପ- ୧/୨୦)।


Enter your email to get our daily news in your inbox.

All Right Reserved By Dharitri.Com

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ଚାଇନାକୁ ଧମକ ଦେଲେ ଟ୍ରମ୍ପ, ଏମିତି କଲେ ଭୋଗିବ ପରିଣାମ: ସାରା ବିଶ୍ୱ ହଲଚଲ

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣାର କିଛି ଦିନ ପରେ ଉଭୟ ଦେଶର ପ୍ରତିନିଧି ଦଳ ପାକିସ୍ତାନରେ ମୁହାଁମୁହିଁ ଆଲୋଚନା କରିଥିଲେ।…

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri