Posted inଖେଳ

ଟି୨୦ ସିରିଜ ଜିତିଲା ନ୍ୟୁଜିଲାଣ୍ଡ

ପାଲିକେଲ,୪।୯- ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ୨ଟି ବଲ୍‌ ଥାଇ ୪ ଉଇକେଟରେ ବିଜୟୀ ହୋଇଛି। ସ୍ଥାନୀୟ ପାଲିକେଲ ଅନ୍ତଜାତୀୟ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଏହି ମୁକାବିଲାରେ ଟସ୍‌ ଜିତି ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ୯ ଉଇକେଟ ହରାଇ ୧୬୧ ରନ୍‌ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ୧୯.୪ ଓଭରରେ ୬ ଉଇକେଟ ହରାଇ ୧୬୫ ରନ କରି ବିଜୟୀ ହୋଇଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୨-୦ରେ ଅଗ୍ରଣୀ ହେବା ସହ ନ୍ୟୁଜିଲାଣ୍ଡ ଆଗୁଆ ସିରିଜ ହାତେଇ ନେଇଛି। ୪ ଓଭର ବୋଲିଂ କରି ୧୮ ରନ ବ୍ୟୟ କରିବା ସହ ମୂଲ୍ୟବାନ ୨ ଉଇକେଟ ନେଇଥିବା ନ୍ୟୁଜିଲାଣ୍ଡ ଅଭିଜ୍ଞ ଦ୍ରୁତ ବୋଲର ତଥା ଅଧିନାୟକ ଟିମ୍‌ ସୌଦି ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ନ୍ୟୁଜିଲାଣ୍ଡ ତରଫରୁ କଲିନ ଡି ଗ୍ରାଣ୍ଡହୋମ ସର୍ବାଧିକ ୫୯(୪୬ ବଲ, ୨ ଚୌକା, ୩ ଛକା), ଟମ୍‌ ବ୍ରୁସ୍‌ (୪୬ ବଲ, ୩ ଚୌକା) ରନ ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓପନର କଲିନ ମୁନରୋ ୧୩, ଉଇକେଟ କିପର ବ୍ୟାଟ୍ସମ୍ୟାନ ୧୫, ସ୍କଟ୍‌ କୁଗେଲେଜିନ୍‌ ୮ ରନ କରି ଆଉଟ ହୋଇଥିବା ବେଳେ ମିଚେଲ ସାଣ୍ଟନର ୧୦ ଓ ସୌଦି ବିନା ସ୍କୋରରେ ଅପରାଜିତ ରହିଥିଲେ। ବୋଲିଂରେ ଶ୍ରୀଲଙ୍କାର ଅକିଲା ଧନଞ୍ଜୟ ୩, ଇସୁରୁ ଉଡାନା ଓ ଓ୍ବାନିଣ୍ଡୁ ହାସରଙ୍ଗା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ତରଫରୁ ନିରୋଶାନ ଡିକ୍‌ଓ୍ବେଲା ସର୍ବାଧିକ ୩୯, ଅଭିସ୍କା ଫର୍ନାଣ୍ଡୋ ୩୭, ଓପନର କୁଶାଲ ମେଣ୍ଡିସ୍‌ ୨୬, ଶେହାନ ଜୟସୂରିୟା ୨୦, ଇସୁରୁ ଉଡାନା ୧୩, କୁଲଶ ପେରେରା ୧୧, ଓ୍ବାନିଣ୍ଡୁ ହାସରଙ୍ଗା ୧୧ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ବୋଲିଂରେ ସେଠ୍‌ ରାନ୍ସ ୩, ସୌଦି ଓ କୁଗେଲେଜିନ୍‌ ୨ଟି ଲେଖାଏ ଓ ଇଶ୍‌ ସୋଧୀ ଗୋଟିଏ ଉଇକେଟ ହାସଲ କରିଛନ୍ତି।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ୨୦ ଓଭରରେ ୧୬୧/୯
(ଡିକ୍‌ଓ୍ବେଲା- ୩୯, ଫର୍ଣ୍ଣାଣ୍ଡୋ- ୩୭, ମେଣ୍ଡିସ୍‌- ୨୬, ଜୟସୂରିୟା-୨୦, ରାନ୍ସ- ୩/୩୩, ସୌଦି- ୨/୧୮, କୁଗେଲେଜିନ୍‌- ୨/୩୮)।
ନ୍ୟୁଜିଲାଣ୍ଡ ୧୯.୪ ଓଭରରେ ୧୬୫/୬
(ଗ୍ରାଣ୍ଡହୋମ- ୫୯, ବ୍ରୁସ୍‌- ୫୩, ଧନଞ୍ଜୟ- ୩/୩୬)।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri