Posted inଖେଳ

ଟି୨୦ ସିରିଜ ଜିତିଲା ନ୍ୟୁଜିଲାଣ୍ଡ

ପାଲିକେଲ,୪।୯- ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ୨ଟି ବଲ୍‌ ଥାଇ ୪ ଉଇକେଟରେ ବିଜୟୀ ହୋଇଛି। ସ୍ଥାନୀୟ ପାଲିକେଲ ଅନ୍ତଜାତୀୟ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଏହି ମୁକାବିଲାରେ ଟସ୍‌ ଜିତି ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ୯ ଉଇକେଟ ହରାଇ ୧୬୧ ରନ୍‌ ସଂଗ୍ରହ କରିଥିଲା। ଜବାବରେ ନ୍ୟୁଜିଲାଣ୍ଡ ୧୯.୪ ଓଭରରେ ୬ ଉଇକେଟ ହରାଇ ୧୬୫ ରନ କରି ବିଜୟୀ ହୋଇଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୨-୦ରେ ଅଗ୍ରଣୀ ହେବା ସହ ନ୍ୟୁଜିଲାଣ୍ଡ ଆଗୁଆ ସିରିଜ ହାତେଇ ନେଇଛି। ୪ ଓଭର ବୋଲିଂ କରି ୧୮ ରନ ବ୍ୟୟ କରିବା ସହ ମୂଲ୍ୟବାନ ୨ ଉଇକେଟ ନେଇଥିବା ନ୍ୟୁଜିଲାଣ୍ଡ ଅଭିଜ୍ଞ ଦ୍ରୁତ ବୋଲର ତଥା ଅଧିନାୟକ ଟିମ୍‌ ସୌଦି ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ନ୍ୟୁଜିଲାଣ୍ଡ ତରଫରୁ କଲିନ ଡି ଗ୍ରାଣ୍ଡହୋମ ସର୍ବାଧିକ ୫୯(୪୬ ବଲ, ୨ ଚୌକା, ୩ ଛକା), ଟମ୍‌ ବ୍ରୁସ୍‌ (୪୬ ବଲ, ୩ ଚୌକା) ରନ ସଂଗ୍ରହ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଓପନର କଲିନ ମୁନରୋ ୧୩, ଉଇକେଟ କିପର ବ୍ୟାଟ୍ସମ୍ୟାନ ୧୫, ସ୍କଟ୍‌ କୁଗେଲେଜିନ୍‌ ୮ ରନ କରି ଆଉଟ ହୋଇଥିବା ବେଳେ ମିଚେଲ ସାଣ୍ଟନର ୧୦ ଓ ସୌଦି ବିନା ସ୍କୋରରେ ଅପରାଜିତ ରହିଥିଲେ। ବୋଲିଂରେ ଶ୍ରୀଲଙ୍କାର ଅକିଲା ଧନଞ୍ଜୟ ୩, ଇସୁରୁ ଉଡାନା ଓ ଓ୍ବାନିଣ୍ଡୁ ହାସରଙ୍ଗା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ତରଫରୁ ନିରୋଶାନ ଡିକ୍‌ଓ୍ବେଲା ସର୍ବାଧିକ ୩୯, ଅଭିସ୍କା ଫର୍ନାଣ୍ଡୋ ୩୭, ଓପନର କୁଶାଲ ମେଣ୍ଡିସ୍‌ ୨୬, ଶେହାନ ଜୟସୂରିୟା ୨୦, ଇସୁରୁ ଉଡାନା ୧୩, କୁଲଶ ପେରେରା ୧୧, ଓ୍ବାନିଣ୍ଡୁ ହାସରଙ୍ଗା ୧୧ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ନ୍ୟୁଜିଲାଣ୍ଡ ପକ୍ଷରୁ ବୋଲିଂରେ ସେଠ୍‌ ରାନ୍ସ ୩, ସୌଦି ଓ କୁଗେଲେଜିନ୍‌ ୨ଟି ଲେଖାଏ ଓ ଇଶ୍‌ ସୋଧୀ ଗୋଟିଏ ଉଇକେଟ ହାସଲ କରିଛନ୍ତି।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ୨୦ ଓଭରରେ ୧୬୧/୯
(ଡିକ୍‌ଓ୍ବେଲା- ୩୯, ଫର୍ଣ୍ଣାଣ୍ଡୋ- ୩୭, ମେଣ୍ଡିସ୍‌- ୨୬, ଜୟସୂରିୟା-୨୦, ରାନ୍ସ- ୩/୩୩, ସୌଦି- ୨/୧୮, କୁଗେଲେଜିନ୍‌- ୨/୩୮)।
ନ୍ୟୁଜିଲାଣ୍ଡ ୧୯.୪ ଓଭରରେ ୧୬୫/୬
(ଗ୍ରାଣ୍ଡହୋମ- ୫୯, ବ୍ରୁସ୍‌- ୫୩, ଧନଞ୍ଜୟ- ୩/୩୬)।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri