ଟୁଇଟ୍‌ ପରେ କନଷ୍ଟେବଳ ନିଲମ୍ବନ ଘଟଣା: ଜାତୀୟ ମାନବାଧିକାର ଆୟୋଗଙ୍କଠାରେ ରୁଜୁ ହେଲା ମାମଲା

ଭଦ୍ରକ ଅଫିସ, ୧।୬-ଭଦ୍ରକ ଜିଲା ବନ୍ତ ଥାନାଧିକାରିଣୀଙ୍କ ଉପସ୍ଥିତିରେ ଲକ୍‌ଡାଉନ ସମୟରେ ଜଣେ ଯୁବକ ମାସ୍କ ପିନ୍ଧି ନ ଥିବା କାରଣରୁ ବନ୍ତ ଥାନା ନିକଟରେ ରାସ୍ତା ଉପରେ ୬ଜଣ ପୋଲିସ ଯୁବକ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଲାଠିରେ ପିଟିଥିଲେ। ଏହି ଭିଡିଓ କିଛିଦିନ ପରେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ସ୍ଥାନୀୟ ଜଣେ ସାମାଜିକ କର୍ମୀ ଘଟଣା ସମ୍ପର୍କରେ ଟୁଇଟର୍‌ ଯୋଗେ ଏସ୍‌ପି, ଡିଆଇଜି, ମୋ ସରକାର ଓ ୫-ଟି ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଫଳରେ ଗତ ୨୫ ତାରିଖରେ ଏସ୍‌ପି ରାଜେଶ ପଣ୍ଡିତ ତରବରିଆ ଭାବେ ଜଣେ କନଷ୍ଟେବଳଙ୍କୁ ନିଲମ୍ବନ କରିଥିଲେ। ଏହି ଘଟଣାରେ ସାମାଜିକ କର୍ମୀ କେନ୍ଦୁଝର ଜିଲା ଶାଳଣିଆର ହିମାଂଶୁ ଶେଖର ନାୟକ ଜାତୀୟ ମାନବାଧିକାର ଆୟୋଗଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏନେଇ ସେ ଏକ ଅଭିଯୋଗ ଦାଏର କରିଛନ୍ତି। ଉକ୍ତ ଅଭିଯୋଗକୁ ଭିତ୍ତି କରି ମାମଲା(ନଂ.୬୯୯୫/ଆଇଏମ୍‌/୨୦୨୦) ରୁଜୁ ହୋଇଛି। ସେ ଅଭିଯୋଗରେ ମାଡ଼ ଖାଇଥିବା ଯୁବକଙ୍କୁ ପୋଲିସ ମହାନିର୍ଦ୍ଦେଶକ ମାଡ଼ ମାରିଥିବା ପୋଲିସ କର୍ମଚାରୀଙ୍କ ଦରମାରୁ କାଟି ୩ ସପ୍ତାହ ମଧ୍ୟରେ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦିଅନ୍ତୁ ଓ ୩ ସପ୍ତାହ ମଧ୍ୟରେ ନ୍ୟାୟିକ ତଦନ୍ତ କରି ପଦକ୍ଷେପ ନିଅନ୍ତୁ ବୋଲି ସେ ଆୟୋଗଙ୍କ ନିକଟରେ ଯୁକ୍ତି ବାଢ଼ିଛନ୍ତି।
ସୂଚନାଥାଉ କି ଯୁବକ ଜଣକ ମାସ୍କ ପିନ୍ଧି ନ ଥିବା କାରଣରୁ ତାଙ୍କୁ ମାଡ଼ ମରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଥିବା ବେଳେ ସେଠାରେ କାର୍ଯ୍ୟରତ ମହିଳା କନଷ୍ଟେବଳଙ୍କୁ ସମ୍ପୃକ୍ତ ଯୁବକ ଦୁର୍ବ୍ୟବହାର କରିଥିବା ନେଇ ପୋଲିସ ଏକ ମାମଲା ରୁଜୁ କରିଥିବା ଏସ୍‌ପି ଟୁଇଟର୍‌ ଯୋଗେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri