ଟୁଇଟ୍‌ ପରେ ଚାଉଳ ମିଳିବା ଘଟଣା: ରିଟେଲର ନିଲମ୍ବିତ

ଭଦ୍ରକ ଅଫିସ, ୭।୯- ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ଅଧୀନ ଅନହରପୁର ଗ୍ରାମର ହିତାଧିକାରୀ ପାଞ୍ଚାଳୀ ଜେନାଙ୍କୁ ଟୁଇଟ୍‌ ପରେ ଚାଉଳ ମିଳିବା ଘଟଣାରେ ରିଟେଲର ଶ୍ରୀଧର ସାହୁଙ୍କୁ ନିଲମ୍ବନ କରାଯାଇଛି। ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ନିର୍ଦ୍ଦେଶକ୍ରମେ ଉପଜିଲାପାଳ ପୀତାମ୍ବର ସାମଲ ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ପୂର୍ବରୁ ଏହି ଘଟଣାରେ ରିଟେଲରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା। ଗତ ୪ ତାରିଖରେ ରିଟେଲର ସାହୁ ବ୍ୟକ୍ତିଗତ ଭାବେ ଜିଲାପାଳଙ୍କ ନିକଟରେ ହାଜର ହୋଇଥିଲେ। କିନ୍ତୁ ତାଙ୍କ ଯୁକ୍ତି ଉପଯୁକ୍ତ ନ ଥିବାରୁ ଜିଲାପାଳ ତାଙ୍କୁ ନିଲମ୍ବନ କରିବା ପାଇଁ ଉପଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉପଜିଲାପାଳ ସାମଲ ୫ ତାରିଖ ସନ୍ଧ୍ୟାରେ ରିଟେଲର ସାହୁଙ୍କୁ ନିଲମ୍ବନ କରିଛନ୍ତି। ସୂଚନାଥାଉ କି, ଅନହରପୁର ଗ୍ରାମର ପାଞ୍ଚାଳୀଙ୍କୁ ଗତ ୯ ମାସ ଧରି ରାଶନ ମିଳୁ ନ ଥିବା ନେଇ ପାଖ ଗଁାର ସନ୍ତୋଷ ମହାପାତ୍ର ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ, ଯୋଗାଣ ମନ୍ତ୍ରୀ ଓ ଜିଲାପାଳଙ୍କୁ ଜଣାଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଯୋଗାଣ ଅଧିକାରୀ, ବ୍ଲକ ଯୋଗାଣ ଅଧିକାରୀ ଓ ବିଡିଓ ଘଟଣାର ତଦନ୍ତ କରିଥିଲେ। କାର୍ଯ୍ୟାନୁଷ୍ଠାନରୁ ବର୍ତ୍ତିବା ଲାଗି ସମ୍ପୃକ୍ତ ରିଟେଲର ତରବରିଆ ଭାବେ ପାଞ୍ଚାଳୀଙ୍କୁ ଡାକି ୯ ମାସର ଚାଉଳ ଏକକାଳୀନ ଦେଇ ହରଡ଼ଘଣାରେ ପଡ଼ିଥିଲେ। ଏକକାଳୀନ ୯ ମାସର ଚାଉଳ କାହିଁକି ଓ କିପରି ଦେଲେ ତାହାର ତଦନ୍ତ କରିଥିଲା ପ୍ରଶାସନ। ଏପରିକି ୫ ଜଣ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ୫ ଯୋଗାଣ ଅଧିକାରୀ ଉକ୍ତ ପଞ୍ଚାୟତର ବିଭିନ୍ନ ଗଁାକୁ ଯାଇ ହିତାଧିକାରୀଙ୍କ ରାଶନ କାର୍ଡ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ପାଞ୍ଚାଳୀଙ୍କ ଭଳି ଅନ୍ୟ ଜଣେ ହିତାଧିକାରୀ କାର୍ଡ ଥାଇ ମଧ୍ୟ ରାଶନରୁ ବଞ୍ଚତ୍ତ ହେଉଥିବା ନଜରକୁ ଆସିଥିଲା। ଏହି ରିପୋର୍ଟ ଅନୁଯାୟୀ ଜିଲାପାଳ ରିଟେଲର ସାହୁଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri