ଭଦ୍ରକ ଅଫିସ, ୨।୯ – ଟୁଇଟ୍ ପରେ ଚାଉଳ ମିଳିବା ଘଟଣାରେ ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ରିଟେଲର ଶ୍ରୀଧର ସାହୁଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ପକ୍ଷରୁ ସମ୍ପୃକ୍ତ ରିଟେଲରଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ ଜାରି କରାଯାଇ ଆସନ୍ତା ୪ ତାରିଖ ମଧ୍ୟରେ ବ୍ୟକ୍ତିଗତ ଭାବେ ହାଜର ହୋଇ ଜବାବ ରଖିବାକୁ କୁହାଯାଇଛି। ସମ୍ପୃକ୍ତ ରିଟେଲର ଏହି ପଞ୍ଚାୟତର ଅନହରପୁର ଗ୍ରାମର ପାଞ୍ଚାଳୀ ଜେନାଙ୍କୁ ଗତ ୯ ମାସ ଧରି ତାଙ୍କ ରାଶନ ଦେଉ ନ ଥିବା ନେଇ ପାଖ ଗଁାର ସନ୍ତୋଷ ମହାପାତ୍ର ଜିଲାପାଳ, ମୁଖ୍ୟମନ୍ତ୍ରୀ ଓ ଯୋଗାଣ ମନ୍ତ୍ରୀଙ୍କୁ ଟୁଇଟ୍ କରି ଜଣାଇଥିଲେ। ଟୁଇଟ୍ର ଦେଢ଼ଘଣ୍ଟା ମଧ୍ୟରେ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଯୋଗାଣ ଅଧିକାରୀ, ବ୍ଲକ ଯୋଗାଣ ଅଧିକାରୀ ଓ ବିଡିଓ ଏ ନେଇ ତଦନ୍ତ କରିଥିଲେ। କାର୍ଯ୍ୟାନୁଷ୍ଠାନରୁ ବର୍ତ୍ତିବା ଲାଗି ସମ୍ପୃକ୍ତ ରିଟେଲର ତରବରିଆ ଭାବେ ହିତାଧିକାରୀ ପାଞ୍ଚାଳୀଙ୍କୁ ଡାକି ୯ ମାସର ଚାଉଳ ଏକକାଳୀନ ଦେଇ ହରଡ଼ଘଣାରେ ପଡ଼ିଥିଲେ। ଏକକାଳୀନ ୯ ମାସର ଚାଉଳ କାହିଁକି ଓ କିପରି ଦେଲେ ତାହାର ତଦନ୍ତ ଆରମ୍ଭ କରିଛି ପ୍ରଶାସନ। ଏପରିକି ୫ ଜଣ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ୫ ଯୋଗାଣ ଅଧିକାରୀ ଏହି ପଞ୍ଚାୟତର ବିଭିନ୍ନ ଗଁାକୁ ଯାଇ ହିତାଧିକାରୀଙ୍କ ରାଶନ କାର୍ଡ ଯାଞ୍ଚ କରିଥିଲେ। ଯାଞ୍ଚରେ ପାଞ୍ଚାଳୀଙ୍କ ଭଳି ଅନ୍ୟ ଜଣେ ହିତାଧିକାରୀ କାର୍ଡ ଥାଇ ମଧ୍ୟ ରାଶନ ପାଇବାରୁ ବଞ୍ଚତ୍ତ ହେଉଥିବା ଅଧିକାରୀଙ୍କ ନଜରକୁ ଆସିଥିଲା। ଏହି ରିପୋର୍ଟ ପରେ ଜିଲାପାଳ ଶନିବାର ସମ୍ପୃକ୍ତ ରିଟେଲରଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ ଜାରି କରିବା ସହିତ ତାଙ୍କ ନିକଟରେ ବ୍ୟକ୍ତିଗତ ଭାବେ ହାଜର ହୋଇ ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି।
୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…
ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…
ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…
ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…
ଠିକାଦାରଙ୍କ ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଏଇ: ଅଫିସ୍ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ
କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…
ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ
ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…
‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’
ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…
୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ
ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…
କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…
ସତ୍ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ
ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…
Archives

