Posted inଖେଳ

ଟୁର୍‌ ଅଫ୍‌ ପୋଲାଣ୍ଡ ସାଇକ୍ଲିଂ: ଲାମ୍ବ୍ରେଚ୍‌ଙ୍କ ମୃତ୍ୟୁ ପାଇଁ ୪ର୍ଥ ଷ୍ଟେଜ୍‌ ରେସ୍‌ ବାତିଲ

ଓ୍ବାରସ, ୬ା୮ (ଏଏଫ୍‌ପି)- ବେଲଜିୟମର ରାଇଡର ବ୍ୟର୍ଗ ଲାମ୍ବ୍ରେଚ୍‌ଙ୍କ ମୃତ୍ୟୁ କାରଣରୁ ଚଳିତ ଆୟୋଜକମାନେ ଚଳିତ ଟୁର୍‌ ଅଫ୍‌ ପୋଲାଣ୍ଡ ସାଇକେଲ ରେସ୍‌ର ଚତୁର୍ଥ ଷ୍ଟେଜ୍‌କୁ ବାତିଲ କରିଦେଇଛନ୍ତି। ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଥିବା ଟିମ୍‌ଗୁଡ଼ିକର ସହମତି କ୍ରମେ ବ୍ୟର୍ଗଙ୍କୁ ସମ୍ମାନ ଜଣାଇ ଏହି ନିଷ୍ପତ୍ତି ନିଆଯାଇଛି। ସୋମବାର ବର୍ଷାରେ ତୃତୀୟ ଷ୍ଟେଜ ଚାଲିଥିବାବେଳେ ୨୨ବର୍ଷୀୟ ବ୍ୟର୍ଗଙ୍କ ସାଇକେଲଟି ସଡ଼କ ପାର୍ଶ୍ୱରେ ଏକ କଙ୍କ୍ରିଟ୍‌ ଷ୍ଟ୍ରକ୍ଚର ସହିତ ଧକ୍କା ହୋଇଥିଲା। ତାଙ୍କୁ ଗୁରୁତର ଆହତ ଅବସ୍ଥାରେ ରିବ୍‌ନିକ୍‌ ସହରସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଆସ୍ତ୍ରୋପଚାର ଅବସ୍ଥାରେ ତାଙ୍କର ପ୍ରାଣହାନୀ ଘଟିଥିଲା। ସୂଚନାଯୋଗ୍ୟ, ଗତ ବର୍ଷ ଜଣେ ପ୍ରଫେସନାଲ ସାଇକ୍ଲିଷ୍ଟ ଭାବେ ଲୋଟୋ ସୋଡାଲ ଟିମ୍‌ରେ ଯୋଗ ଦେବା ପୂର୍ବରୁ ଲାମ୍ବ୍ରେଚ୍‌ ୨୩ ବର୍ଷରୁ କମ୍‌ ଲିଗ୍‌-ବାଷ୍ଟୋନେ-ଲିଗ୍‌ ଜିତିଥିଲେ। ପରେ ସେ ୨୦୧୭ରେ ଟୁର୍‌ ଡେଲ୍‌’ ଆଭେନିରରେ ଟୁର୍‌ ଡି’ ଫ୍ରାନ୍ସ ବିଜେତା ଏଗାନ ବର୍ନାଲଙ୍କ ପଛକୁ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri