ଟେକ୍ନୋଲୋଜି,ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ: ଡିଜିପି

କଟକ ଅଫିସ, ୩୧।୧୨: ୨୦୨୦ରେ ଓଡ଼ିିଶା ପୋଲିସ ଲୋକଙ୍କ ସହ ବନ୍ଧୁତ୍ୱ ସହକାରେ ନିଜ କାର୍ଯ୍ୟ କରିବ। ବିଶେଷକରି ନୂତନ ବର୍ଷରେ ପୋଲିସ ପକ୍ଷରୁ ଟେକ୍ନୋଲୋଜି ଓ ମହିଳା ଫ୍ରେଣ୍ଡ୍‌ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଡିଜିପି ଅଭୟ ମଙ୍ଗଳବାର ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଅଭୟ ଓଡିଶାବାସୀଙ୍କୁ ନୂତନ ବର୍ଷର ଅଭିନନ୍ଦନ ଜଣାଇବା ସହ ୨୦୨୦ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ନିରାପତ୍ତା ଓ ସମୃଦ୍ଧିର ବର୍ଷ ହେଉ ବୋଲି ଶୁଭକାମନା କରିଥିଲେ। ଓଡ଼ିିଶାବାସୀ ପୋଲିସକୁ ସହଯୋଗ କରିଥିବାରୁ ଏହି ଅବସରରେ ସେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ପୂର୍ବ ବର୍ଷ ଭଳି ୨୦୨୦ରେ ମଧ୍ୟ ରାଜ୍ୟ ସରକାରଙ୍କ ୫-ଟି ଏବଂ ମୋ’ ସରକାର କାର୍ଯ୍ୟକ୍ରମକୁ ସଫଳ କରିବା ଲାଗି ପୋଲିସ ପ୍ରତିବଦ୍ଧ ବୋଲି ସେ କହିଥିଲେ। ନୂତନ ବର୍ଷ ପାଳନ ଅବସରରେ ଆଇନଶୃଙ୍ଖଳାକୁ ଆଖିରେ ରଖି ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଓ ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ିି କରାଯାଇଛି। ମୁଖ୍ୟତଃ ନୂତନ ବର୍ଷରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଲାଗି ପୁରୀରେ ପ୍ରବଳ ଭିଡ଼ ହୋଇଥାଏ। ଏଥିପାଇଁ ପୁରୀରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସଶସ୍ତ୍ର ବାହିନୀ ସହ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ସେହିପରି ଭୁବନେଶ୍ୱର, କଟକ, ରାଉରକେଲା, ସମ୍ବଲପୁର, ବାଲେଶ୍ୱର ଓ ବ୍ରହ୍ମପୁର ଭଳି ବଡ ବଡ ସହରରେ ସୁରକ୍ଷା ବ୍ୟବସ୍ଥା ପ୍ରତି ବିଶେଷ ଧ୍ୟାନ ଦିଆଯାଇଥିବା ଡିଜିପି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri