Posted inଖେଳ

ଟେନିସରୁ ଓଜନିଆକିଙ୍କ ଅବସର

ମେଲବୋର୍ନ,୨୪।୧(ଏଏଫ୍‌ପି)- କାରୋଲିନା ଓଜନିଆକିଙ୍କ ଉଜ୍ଜ୍ୱଳମୟ ଟେନିସ କ୍ୟାରିୟର ଅଷ୍ଟ୍ରେଲିଆନ ଓପନରେ ଶେଷ ହୋଇଛି। ଶୁକ୍ରବାର ନିମ୍ନ ର଼୍ୟାଙ୍କଧାରୀ ଟୁନିସିଆ ଖେଳାଳି ଓନ୍ସ ଜାବେଙ୍କଠାରୁ ୭-୫, ୩-୬, ୭-୫ ସେଟ୍‌ରେ ପରାଜୟ ସହ ଓଜନିଆକି ଅନ୍ତର୍ଜାତୀୟ ଟେନିସରୁ ବିଦାୟ ନେଇଛନ୍ତି। ପୂର୍ବତନ ଶୀର୍ଷ ର଼୍ୟାଙ୍କଧାରୀ ଡେନମାର୍କ ଖେଳାଳି ଗତ ଡିସେମ୍ବରରେ ଅଷ୍ଟ୍ରେଲିଆନ ଓପନ କ୍ୟାରିୟରର ଅନ୍ତିମ ଟୁର୍ନାମେଣ୍ଟ ହେବ ବୋଲି ଘୋଷଣା କରିଥିଲେ। ୨୯ ବର୍ଷୀୟା ଓଜନିଆକି କ୍ୟାରିୟରରେ ୩୦ ଡବ୍ଲ୍ୟୁଟିଏ ଓ ଗୋଟିଏ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଛନ୍ତି। ୨୦୧୮ରେ ଏଠାରେ ହିଁ ପ୍ରଥମ ଓ ଅନ୍ତିମ ଗ୍ରାଣ୍ଡସ୍ଲାମ ଅଷ୍ଟ୍ରେଲିଆନ ଓପନ ଟାଇଟଲ ଜିତିଥିଲେ। ତିନି ସେଟ ବିଶିଷ୍ଟ ମ୍ୟାଚ୍‌ ଓ ତ୍ରୁଟିପୂର୍ଣ୍ଣ ଫୋରହ୍ୟାଣ୍ଡ ଶଟ୍‌ ସହ ମୁଁ କ୍ୟାରିୟର ଶେଷ କରିଛି। କୋର୍ଟରେ ମୋର ଅବିଶ୍ୱସନୀୟ ଅଭିଜ୍ଞତା ରହିଛି। ମୋତେ ପ୍ରଶଂସକ ଓ ପରିବାରର ସମ୍ପୂର୍ଣ୍ଣ ସମର୍ଥନ ମିଳିଥିଲା। କୋର୍ଟରେ ବହୁତ ସ୍ମୃତି ରହିଛି, ଯାହା ମୋର ଶେଷ ପର୍ଯ୍ୟନ୍ତ ମନେ ରହିବ ବୋଲି ଭାବବିହ୍ବଳ ହୋଇ ଓଜନିଆକି ମ୍ୟାଚ୍‌ ପରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri