Posted inଖେଳ

ଟେଲରଙ୍କ ଅପରାଜିତ ଅର୍ଦ୍ଧଶତକ: ନ୍ୟୁଜିଲାଣ୍ଡ ୨୦୩/୫

ଗାଲେ, ୧୪।୮(ପି.ଟି.): ସ୍ଥାନୀୟ ଗାଲେ ନ୍ୟାଶନାଲ ଷ୍ଟାଡିୟମରେ ଶ୍ରୀଲଙ୍କା ଓ ଘରୋଇ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ବୁଧବାରଠାରୁ ଆରମ୍ଭ ହୋଇଛି। ବର୍ଷା ବାଧାପ୍ରାପ୍ତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ଅଭିଜ୍ଞ ବ୍ୟାଟ୍ସମ୍ୟାନ ରସ ଟେଲରଙ୍କ ୮୬ ରନର ଅର୍ଦ୍ଧଶତକୀୟ ପାଳି ବଳରେ ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ୬୮ ଓଭରରେ ୫ ଉଇକେଟ ହରାଇ ୨୦୩ ରନ ସଂଗ୍ରହ କରିଛି। ଡାହାଣହାତୀ ଅଫ୍‌ ସ୍ପିନର ଦନଞ୍ଜୟ ମାତ୍ର ୫୭ ରନ ବ୍ୟୟ କରି ସବୁ ୫ଟି ଯାକ ଉଇକେଟ ଅକ୍ତିଆର କରିଥିଲେ। ଷ୍ଟମ୍ପ ଅପରସାରଣ ବେଳକୁ ୧୩୧ଟି ବଲର ସମ୍ମୁଖୀନ ହୋଇ ଟେଲର ୬ ଚୌକା ସହ ୮୬ ଓ ମିଚେଲ ସାଣ୍ଟନର ୮ ରନକରି ଅପରାଜିତ ରହିଛନ୍ତି। ଜିତ୍‌ ରାଭାଲ ଓ ଟମ୍‌ ଲଥାମ ଇନିଂସ ଓପନ କରି ପ୍ରଥମ ଉଇକେଟ ଯୋଡିରେ ୬୪ ରନ ସଂଗ୍ରହ କରିଥିଲେ। ଲଥାମ ୩୦ ରନ କରିଥିବା ବେଳେ ଅକିଳ ଦନଞ୍ଜୟଙ୍କ ବଲ୍‌ରେ ଉଇକେଟକିପର ନିରୋଶାନ ଡିକ୍‌ଓ୍ବେଲାଙ୍କୁ କ୍ୟାଚ୍‌ ଦେଇ ପ୍ରଥମେ ପ୍ୟାଭିଲିୟନ ଫେରିଥିଲେ। ଏହାପରେ ଇନ୍‌ଫର୍ମ ଅଧିନାୟକ କେନ୍‌ ଓ୍ବିଲିୟମସନ ଖାତା ଖୋଲିବା ପୂର୍ବରୁ ଶର୍ଟ ମିଡ୍‌ଉଇକେଟରେ ଦିମୁଖ କରୁଣାରତ୍ନେଙ୍କୁ କ୍ୟାଚ୍‌ ଦେଇ ଦନଞ୍ଜୟଙ୍କ ଦ୍ୱିତୀୟ ଶିକାର ହୋଇଥିଲେ। ଏହାପରେ ରାଭାଲ ୩୩ ରନ କରିଥିବା ବେଳେ ଦନଞ୍ଜୟଙ୍କ ବଲ୍‌ରେ ସ୍ଲିପ୍‌ରେ ଧନଞ୍ଜୟ ଡିସଲ୍‌ଭାଙ୍କୁ କ୍ୟାଚ ଦେଇ ପ୍ୟାଭିଲିୟନ ଫେରିଥିଲେ। ସେହିପରି ହେନେରୀ ନିକୋଲ୍ସ ୪୨ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ବିଜେ ଓ୍ବାଟିଲିଂ ୧ ରନ କରି ଦନଞ୍ଜୟଙ୍କ ବଲ୍‌ରେ ଏଲ୍‌ବିଡବ୍ଲ୍ୟୁ ହୋଇ ଆଉଟ ହୋଇଥିଲେ। ବୋଲିଂରେ ଚତୁର୍ଥଥର ପାଇଁ ୫ ଉଇକେଟ ସଫଳତା ହାସଲ କରିଛନ୍ତି। ଶ୍ରୀଲଙ୍କା ଗସ୍ତରେ ଆସିଥିବା ନ୍ୟୁଜିଲାଣ୍ଡ ୨ଟି ଟେଷ୍ଟ ଓ ୩ଟି ଟି୨୦ ମ୍ୟାଚ୍‌ ଖେଳିବାର କାର୍ଯ୍ୟକ୍ରମ ରହିଛି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ନ୍ୟୁଜିଲାଣ୍ଡ ଓ ଶ୍ରୀଲଙ୍କା ସେମାନଙ୍କ ପ୍ରଥମ ମ୍ୟାଚ୍‌ ଖେଳିଛନ୍ତି। ଏହି ଚାମ୍ପିୟନଶିପ୍‌ରେ ଶ୍ରେଷ୍ଠ ୯ଟି ଦଳ ପ୍ରତିଯୋଗିତାରେ ଅବତୀର୍ଣ୍ଣ ହେବେ ଓ ଟେଷ୍ଟ ଫର୍ମାଟରେ ସେମାନଙ୍କର ଶ୍ରେଷ୍ଠତ୍ୱ ଜାହିର ପାଇଁ ପ୍ରୟାସ କରିବେ। ବର୍ଷା ଯୋଗୁ ପ୍ରଥମ ଦିବସରେ ପାଖାପାଖି ଏକ ଘଣ୍ଟା ଖେଳ ବନ୍ଦ ରହିଥିଲା ଓ ୨୨ ଓଭର ଖେଳ ସମ୍ଭବ ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?