Posted inଖେଳ

ଟେଷ୍ଟରେ ଓପନିଂ ସ୍ଲଟ ଚିନ୍ତାର କାରଣ: ରାଠୋର

ନୂଆଦିଲ୍ଲୀ,୬।୯(ପିଟି): ନୂଆକରି ଭାରତୀୟ ଦଳର ବ୍ୟାଟିଂ କୋଚ୍‌ ନିଯୁକ୍ତ ହୋଇଥିବା ବିକ୍ରମ ରାଠୋର ଶୁକ୍ରବାର କହିଛନ୍ତି, ଦଳର ଟେଷ୍ଟ ଓପନିଂ ସ୍ଲଟ ଓ ଦିନିକିଆରେ ମଧ୍ୟକ୍ରମର ବ୍ୟାଟ୍ସମ୍ୟାନଙ୍କ ପ୍ରଦର୍ଶନ ମୁଖ୍ୟ ଚିନ୍ତାର କାରଣ। ଗୁରୁବାରଠାରୁ ତାଙ୍କ କାର୍ଯ୍ୟକାଳ ଆରମ୍ଭ ହୋଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ଓ ଟେଷ୍ଟ ସିରିଜ୍‌ ତାଙ୍କ ପାଇଁ ପ୍ରଥମ ଚ୍ୟାଲେଞ୍ଜ। ଦିନିକିଆ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନଙ୍କ ପ୍ରଦର୍ଶନ ସେତେଟା ଭଲ ନାହିଁ। ଏହାର ସମାଧାନ ବାହାର କରିବାକୁ ପଡ଼ିବ। ଚିନ୍ତାର ଆଉ ଏକ ବିଷୟ ହେଉଛି ଟେଷ୍ଟ ଦଳର ଓପନିଂ ସ୍ଲଟ। ଆମ ନିକଟରେ ବହୁ ବିକଳ୍ପ ରହିଛି। ଜବରଦସ୍ତ ପ୍ରତିଦ୍ୱନ୍ଦ୍ୱିତା ମଧ୍ୟ ରହିଛି। କିନ୍ତୁ ଆମକୁ ନିୟମିତ ପ୍ରଦର୍ଶନ କରୁଥିବା ବ୍ୟାଟ୍ସମ୍ୟାନ ଚିହ୍ନଟ କରିବାକୁ ପଡ଼ିବ ବୋଲି ରାଠୋର କହିଛନ୍ତି। ଶ୍ରେୟାସ ଆୟାର ଗତ କିଛି ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିଛନ୍ତି। ଆମ ନିକଟରେ ମନୀଷ ପାଣ୍ଡେ ମଧ୍ୟ ଅଛନ୍ତି। ଏହି ଦୁଇ ବ୍ୟାଟ୍ସମ୍ୟାନ ଘରୋଇ କ୍ରିକେଟ ଓ ଭାରତ ଏ’ ପାଇଁ ପ୍ରଦର୍ଶନ ଭଲ କରିଛନ୍ତି। ଏମାନେ ଜାତୀୟ ସ୍ତରରେ ମଧ୍ୟ କାର୍ଯ୍ୟ କରିବାକୁ ଦକ୍ଷ। ଏଥିରେ ମୁଁ ନିଶ୍ଚିତ ଅଛି। ସେମାନଙ୍କୁ ନିରବଚ୍ଛିନ ସମର୍ଥନ ଓ ଅଧିକରୁ ଅଧିକ ସୁଯୋଗ ଦେବା ଦରକାର, ଯଦ୍ଦ୍ବାରା ଦୁହେଁ ଲମ୍ବା ସମୟ ପାଇଁ ଖେଳିପାରିବେ ବୋଲି ସେ କହିଛନ୍ତି। ତାଙ୍କ ନିଯୁକ୍ତିକୁ ନେଇ ବହୁ ବିବାଦ ଦେଖାଦେଇଥିଲା। ସେ ସଞ୍ଜୟ ବାଙ୍ଗରଙ୍କ ସ୍ଥାନ ନେଇଛନ୍ତି। ପୂର୍ବତନ ଡାହାଣହାତୀ ବ୍ୟାଟ୍ସମ୍ୟାନ ୬ ଟେଷ୍ଟ ଓ ୭ ଦିନିକିଆ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri