Posted inଖେଳ

ଟେଷ୍ଟରେ ଓପନିଂ ସ୍ଲଟ ଚିନ୍ତାର କାରଣ: ରାଠୋର

ନୂଆଦିଲ୍ଲୀ,୬।୯(ପିଟି): ନୂଆକରି ଭାରତୀୟ ଦଳର ବ୍ୟାଟିଂ କୋଚ୍‌ ନିଯୁକ୍ତ ହୋଇଥିବା ବିକ୍ରମ ରାଠୋର ଶୁକ୍ରବାର କହିଛନ୍ତି, ଦଳର ଟେଷ୍ଟ ଓପନିଂ ସ୍ଲଟ ଓ ଦିନିକିଆରେ ମଧ୍ୟକ୍ରମର ବ୍ୟାଟ୍ସମ୍ୟାନଙ୍କ ପ୍ରଦର୍ଶନ ମୁଖ୍ୟ ଚିନ୍ତାର କାରଣ। ଗୁରୁବାରଠାରୁ ତାଙ୍କ କାର୍ଯ୍ୟକାଳ ଆରମ୍ଭ ହୋଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ଓ ଟେଷ୍ଟ ସିରିଜ୍‌ ତାଙ୍କ ପାଇଁ ପ୍ରଥମ ଚ୍ୟାଲେଞ୍ଜ। ଦିନିକିଆ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନଙ୍କ ପ୍ରଦର୍ଶନ ସେତେଟା ଭଲ ନାହିଁ। ଏହାର ସମାଧାନ ବାହାର କରିବାକୁ ପଡ଼ିବ। ଚିନ୍ତାର ଆଉ ଏକ ବିଷୟ ହେଉଛି ଟେଷ୍ଟ ଦଳର ଓପନିଂ ସ୍ଲଟ। ଆମ ନିକଟରେ ବହୁ ବିକଳ୍ପ ରହିଛି। ଜବରଦସ୍ତ ପ୍ରତିଦ୍ୱନ୍ଦ୍ୱିତା ମଧ୍ୟ ରହିଛି। କିନ୍ତୁ ଆମକୁ ନିୟମିତ ପ୍ରଦର୍ଶନ କରୁଥିବା ବ୍ୟାଟ୍ସମ୍ୟାନ ଚିହ୍ନଟ କରିବାକୁ ପଡ଼ିବ ବୋଲି ରାଠୋର କହିଛନ୍ତି। ଶ୍ରେୟାସ ଆୟାର ଗତ କିଛି ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିଛନ୍ତି। ଆମ ନିକଟରେ ମନୀଷ ପାଣ୍ଡେ ମଧ୍ୟ ଅଛନ୍ତି। ଏହି ଦୁଇ ବ୍ୟାଟ୍ସମ୍ୟାନ ଘରୋଇ କ୍ରିକେଟ ଓ ଭାରତ ଏ’ ପାଇଁ ପ୍ରଦର୍ଶନ ଭଲ କରିଛନ୍ତି। ଏମାନେ ଜାତୀୟ ସ୍ତରରେ ମଧ୍ୟ କାର୍ଯ୍ୟ କରିବାକୁ ଦକ୍ଷ। ଏଥିରେ ମୁଁ ନିଶ୍ଚିତ ଅଛି। ସେମାନଙ୍କୁ ନିରବଚ୍ଛିନ ସମର୍ଥନ ଓ ଅଧିକରୁ ଅଧିକ ସୁଯୋଗ ଦେବା ଦରକାର, ଯଦ୍ଦ୍ବାରା ଦୁହେଁ ଲମ୍ବା ସମୟ ପାଇଁ ଖେଳିପାରିବେ ବୋଲି ସେ କହିଛନ୍ତି। ତାଙ୍କ ନିଯୁକ୍ତିକୁ ନେଇ ବହୁ ବିବାଦ ଦେଖାଦେଇଥିଲା। ସେ ସଞ୍ଜୟ ବାଙ୍ଗରଙ୍କ ସ୍ଥାନ ନେଇଛନ୍ତି। ପୂର୍ବତନ ଡାହାଣହାତୀ ବ୍ୟାଟ୍ସମ୍ୟାନ ୬ ଟେଷ୍ଟ ଓ ୭ ଦିନିକିଆ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କୁ ଦଳରୁ ବାଦ ଦେବାର ପ୍ରକୃତ କାରଣ କହିଲେ ଶ୍ରେୟସ ଆୟର, ଆଶ୍ଚର୍ଯ୍ୟ ହେଲେ ପ୍ରଶଂସକ

ନୂଆଦିଲ୍ଲୀ,୧୨।୭: ଶନିବାର ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ରେ ଭାରତୀୟ ଦଳ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଏକାଦଶରୁ ବାଦ ଦେଇଥିଲା। ସଞ୍ଜୁ ସାମସନ ତିନୋଟି ମ୍ୟାଚ…

ENG vs IND: ଇଂଲଣ୍ଡ ODI ଏବଂ ଜିମ୍ବାୱେ T20 ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ; BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଏବଂ ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଭାରତୀୟ ଦଳରେ ପରିବର୍ତ୍ତନ କରାଯାଇଛି। ରବିବାର, ପୁରୁଷ…

ସଚିନ ତେନ୍ଦୁଲକରଙ୍କ ପରେ ଏବେ ବିରାଟଙ୍କ ପାଳି; ଇତିହାସ ରଚିବା ଲକ୍ଷ୍ୟରେ ବିରାଟ

ନୂଆଦିଲ୍ଲୀ,୧୨।୭: ଟି-୨୦ ସିରିଜରେ କ୍ଲିନ ସୁଇପ ପରେ, ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଖେଳିବାକୁ ଯାଉଛି। ଏହି ସିରିଜ ୧୪…

Watch: ଦଳରୁ ବାଦ ପଡିବା ପରେ ଭୋ ଭୋ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ, ସମ୍ଭାଳିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୨।୭: ସାଉଥାମ୍ପଟନରେ ଅନୁଷ୍ଠିତ ତୃତୀୟ ଟି-୨୦ ମ୍ୟାଚ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରେ ସ୍ଥାନ ମିଳିନଥିଲା; ବରଂ ସଞ୍ଜୁ ସାମସନ ଦଳକୁ ଫେରିଥିଲେ। ତଥାପି, ଫଳାଫଳ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri