Posted inଖେଳ

ଟେଷ୍ଟରେ ନମ୍ବର ଓ ନାମ ଚିହ୍ନିତ ଜର୍ସି ହାସ୍ୟାସ୍ପଦ ମନେ ହେଉଛି: ଲୀ

ମେଲବୋର୍ନ,୩।୮(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ କ୍ରିକେଟକୁ ଲୋକପ୍ରିୟ କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛି। ଏହା ସ୍ବାଗତଯୋଗ୍ୟ। ତେବେ ଟେଷ୍ଟ ମ୍ୟାଚ୍‌ରେ ନମ୍ବର ଓ ନାମ ଚିହ୍ନିତ ଶାର୍ଟ ନିହାତି ହାସ୍ବସ୍ପଦ ମନେ ହେଉଛି ବୋଲି ପୂର୍ବତନ ଅଷ୍ଟ୍ରେଲିଆ ଦ୍ରୁତ ବୋଲର ବ୍ରେଟ ଲୀ କହିଛନ୍ତି। ଖେଳାଳିମାନେ ଏଭଳି ଶାର୍ଟ ବା ଜର୍ସି ପରିଧାନ କରିବା ଠିକ ମନେ ହେଉନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ଏହା ପୂର୍ବରୁ ପୂର୍ବତନ ଅଷ୍ଟ୍ରେଲୀୟ ଉଇକେଟକିପର ଆଡମ ଗୀଲକ୍ରିଷ୍ଟ ମଧ୍ୟ ଟେଷ୍ଟରେ ଶାର୍ଟରେ ନାମ ଓ ନମ୍ବର ଲେଖାଯିବା ପଦକ୍ଷେପକୁ କଡ଼ା ସମାଲୋଚନା କରିଥିଲେ।
ପୂର୍ବରୁ ଚଳିତ ବର୍ଷ ଆଇସିସି ଟେଷ୍ଟ ଖେଳୁଥିବା ଦେଶଗୁଡିକୁ ସେମାନଙ୍କ ଖେଳାଳିଙ୍କ ଜର୍ସିରେ ନମ୍ବର ଓ ନାମ ଲେଖିବାକୁ ଅନୁମତି ଦେଇଥିଲା। ଏହି ପଦକ୍ଷେପକୁ କେତେକ ସ୍ବାଗତ କରିଥିବା ବେଳେ ଆଉ କେତେକ ସମାଲୋଚନା କରିଥିଲେ। ଏହାକୁ ଦୃଢ଼ ବିରୋଧ କରୁଛି ବୋଲି ଲି ଟୁଇଟ କରି ଜଣାଇଛନ୍ତି। ଟେଷ୍ଟ କ୍ରିକେଟରମାନେ ପୂର୍ବରୁ ପରିଧାନ କରୁଥିବା ଜର୍ସି ଅଧିକ ଗ୍ରହଣ ଯୋଗ୍ୟ ମନେ ହେଉଛି ବୋଲି ଗୀଲକ୍ରିଷ୍ଟ କହିଛନ୍ତି। ଉଲ୍ଲେଖଥାଉ କି, ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ପ୍ରଥମ ଦୁଇଟି ଦେଶ ଭାବେ ଟେଷ୍ଟରେ ନମ୍ବର ଓ ନାମ ଲିଖିତ ଜର୍ସି ପରିଧାନ କରିଛନ୍ତି। ୧୪୨ ବର୍ଷରେ ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଆଇସିସି ଏପରି ପଦକ୍ଷେପ ନେଇଛି।
ପୂର୍ବରୁ ଇଂଲିଶ କାଉଣ୍ଟି ଦଳ ଓ ଅଷ୍ଟ୍ରେଲୀୟ ରାଜ୍ୟ ଦଳଗୁଡିକ ସେଫିଲ୍ଡ ଶିଲ୍ଡ ଟୁର୍ନାମେଣ୍ଟ ଖେଳିବା ଅବସରରେ ଏଭଳି ନାମ ଓ ନମ୍ବର ଚିହ୍ନିତ ଧଳା ଜର୍ସି ପରିଧାନ କରିଥାନ୍ତି। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ଆଗାମୀ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଟେଷ୍ଟ ସିରିଜରେ ଭାରତୀୟ ଖେଳାଳିମାନେ ଏଭଳି ନାମ ଓ ନମ୍ବର ଚିହ୍ନିତ ଧଳା ଜର୍ସି ପରିଧାନ କରିବେ। ଏହା ଖେଳାଳିଙ୍କୁ ଏକ ନୂଆ ଅଭିଜ୍ଞତା ପ୍ରଦାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri