Posted inଖେଳ

ଟେଷ୍ଟରେ ହ୍ୟାଟ୍ରିକ୍‌: ବୁମ୍‌ରା ତୃତୀୟ ଭାରତୀୟ

କିଙ୍ଗଷ୍ଟନ,୧।୯(ପି.ଟି.)- ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଶନିବାର ଦ୍ୱିତୀୟ ଦିବସରେ ପ୍ରଥମ ଇନିଂସରେ ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ହ୍ୟାଟ୍ରିକ ଅର୍ଜନ କରିଛନ୍ତି। ବୁମ୍‌ରା ଏଥି ସହିତ ଟେଷ୍ଟରେ ତୃତୀୟ ଭାରତୀୟ ଭାବେ ସେ ଏହି ସଫଳତା ପାଇଛନ୍ତି। ପୂର୍ବରୁ ସ୍ପିନର ହରଭଜନ ସିଂ ଓ ଇଫାର୍ନ ପଠାନ ଟେଷ୍ଟରେ ହ୍ୟାଟ୍ରିକ ଅର୍ଜନ କରିବାର ସୌଭାଗ୍ୟ ପାଇଥିଲେ। ତେବେ ଟେଷ୍ଟରେ ଇଂଲଣ୍ଡର ମୋଇନ ଅଲି ୨୦୧୭ରେ ଶେଷଥର ପାଇଁ ହ୍ୟାଟ୍ରିକ ଉଇକେଟ ହାସଲ କରିଥିଲେ। ଦି ଓଭାଲ ଗ୍ରାଉଣ୍ଡରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ସେ ଡିନ୍‌ ଏଲଗାର, କାଗିସୋ ରାବାଡ଼ା ଓ ମର୍ନି ମୋର୍କେଲଙ୍କ କ୍ରମାଗତ ୩ଟି ବଲ୍‌ରେ ଆଉଟ କରିଥିଲେ।
ଇନିଂସର ନବମ ଓ ବ୍ୟକ୍ତିଗତ ଚତୁର୍ଥ ଓଭରରେ ବୁମ୍‌ରା ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ବଲ୍‌ରେ ଯଥାକ୍ରମେ ଡାରେନ ବ୍ରାଭୋ, ଶମରା ବ୍ରୁକ୍ସ ଓ ରୋଷ୍ଟନ ଚେଜ୍‌ଙ୍କୁ ଆଉଟ କରିଥିଲେ। ତେବେ ଚେଜ୍‌ଙ୍କୁ ଆଉଟ କରିବା ପାଇଁ ବୁମ୍‌ରା ଅପିଲ କରି ନ ଥିଲେ। ବଲ୍‌ ଚେଜ୍‌ଙ୍କ ପ୍ୟାଡ୍‌ରେ ବାଜିଥିଲା। ଉଇକେଟକିପର ରିଷଭ ପନ୍ତ ଓ ସ୍ଲିପ୍‌ ଫିଲ୍ଡରମାନେ ଏଲ୍‌ବିଡବ୍ଲ୍ୟୁ ପାଇଁ ଅପିଲ କରିଥିଲେ ମଧ୍ୟ ଅମ୍ପାୟର ପଲ ରିଫେଲ ଏହାକୁ ଅସ୍ବୀକାର କରିଥିଲେ। ତେବେ ଦ୍ୱିତୀୟ ସ୍ଲିପ୍‌ରେ ଠିଆ ହୋଇଥିବା ଅଧିନାୟକ ବିରାଟ କୋହଲି ମଝିକୁ ଆସି ବୁମ୍‌ରାଙ୍କ ସହ ଆଲୋଚନା କରିଥିଲେ ଓ ଡିଆରଏସ୍‌ ନେଇଥିଲେ। ଏହାପରେ ଅବଶ୍ୟ ଅମ୍ପାୟର ଚେଜ୍‌ଙ୍କୁ ଆଉଟ୍‌ ଘୋଷଣା କରିଥିଲେ। ଫଳରେ ବୁମ୍‌ରା ହ୍ୟାଟ୍ରିକ ଅର୍ଜନ କରିଥିଲେ। ପ୍ରଥମ ଭାରତୀୟ ହରଭଜନ
୧୯ ବର୍ଷ ତଳେ ୨୦୦୧ରେ ହରଭଜନ ଇଡେନଗାର୍ଡେନରେ ଅଷ୍ଟ୍ରେଲିଆ ବିପକ୍ଷରେ ହ୍ୟାଟ୍ରିକ ଉଇକେଟ ହାସଲ କରିଥିଲେ। ସିରିଜ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ସେ ହ୍ୟାଟ୍ରିକ ନେବା ସହ ୧୨୩ ରନ ବ୍ୟୟ କରି ମୋଟି ୭ ଉଇକେଟ ହାସଲ କରିଥିଲେ। ସେ ୭୨ତମ ଓଭରରେ ରକି ପଣ୍ଟିଂ, ଆଡମ ଗିଲଖ୍ରୀଷ୍ଟ ଓ ଶେନ ଓ୍ବର୍ନଙ୍କୁ ଆଉଟ କରିଥିଲେ। ପଣ୍ଟିଂ ଓ ଗିଲଖ୍ରୀଷ୍ଟଙ୍କୁ ସେ ଏଲ୍‌ବିଡବ୍ଲ୍ୟୁ କରିଥିଲେ। ତେବେ ଓ୍ବାର୍ନଙ୍କୁ ସେ ସଦାଗୋପାଲ ରମେଶଙ୍କ ଦ୍ୱାରା କ୍ୟାଚ୍‌ ଆଉଟ କରାଇଥିଲେ।
ପ୍ରଥମ ଓଭରରେ ଇର୍ଫାନଙ୍କୁ ହ୍ୟାଟ୍ରିକ
୨୦୦୬ରେ ପାକିସ୍ତାନ ବିପକ୍ଷ କରାଚୀ ଟେଷ୍ଟରେ ଭାରତୀୟ ଦ୍ରୁତ ବୋଲର ଇର୍ଫାନ ପଠାନ ପ୍ରଥମ ଓଭରର ଅନ୍ତିମ ୩ଟି ବଲ୍‌ରେ ସଲମନ ବଟ୍ଟ, ୟୁନିସ୍‌ ଖାଁ ଓ ମହମ୍ମଦ ୟୁସୁଫ୍‌ଙ୍କୁ ଆଉଟ କରିଥିଲେ। ପ୍ରଥମ ଓଭରରେ ବିନାସ୍କୋରରେ ପାକିସ୍ତାନ ୩ଟି ଉଇକେଟ ହରାଇଥିଲା। ପ୍ରଥମ ଓଭରରେ ଇର୍ଫାନ ହ୍ୟାଟ୍ରିକ୍‌ ନେବାରେ ପ୍ରଥମ ଭାରତୀୟ ବୋଲର ସାବ୍ୟସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri