‘ଟେଷ୍ଟିଂ ଅଭିଯାନରେ ସବୁ ଦଳ ଲୋକଙ୍କୁ ସାମିଲ କରାଯାଉ’

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ଦଳମତ ନିର୍ବିଶେଷରେ ଓଡ଼ିଶାର ସମସ୍ତ ଲୋକଙ୍କୁ ଟେଷ୍ଟିଂ ଅଭିଯାନରେ ସାମିଲ କରାଯାଇ ଏହାକୁ ଜନ ଆନ୍ଦୋଳନରେ ପରିଣତ କରିବା ପାଇଁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଗ୍ରାମାଞ୍ଚଳରେ ଲୋକଙ୍କ ମନରେ କରୋନା ପ୍ରତି ଭୟ ଓ ଭ୍ରାନ୍ତ ଧାରଣା ଥିବାରୁ ଲୋକମାନେ ଟେଷ୍ଟିଂ କରିବାକୁ ଆସୁନାହାନ୍ତି। ବ୍ୟବସ୍ଥା ସତ୍ତ୍ୱେ ନାଗରିକମାନେ ଟେଷ୍ଟିଂ କରିବା ପାଇଁ ପଛଘୁଞ୍ଚା ଦେଉଛନ୍ତି, ଯାହା ଚିନ୍ତାଜନକ ବିଷୟ। ମେ ମାସରେ ଅଦ୍ୟାବଧି ମିଳିଥିବା ତଥ୍ୟ ଅନୁସାରେ ଭାରତରେ ପ୍ରତି ୧ ଲକ୍ଷରେ ହାରାହାରି ୧୪୬ ଲୋକଙ୍କୁ ଟେଷ୍ଟିଂ କରାଯାଉଛି। ସରକାର ବ୍ୟବସ୍ଥା କରିବେ, ହେଲେ କେବଳ ବ୍ୟବସ୍ଥା କରିବା ସରକାରଙ୍କ ଦାୟିତ୍ୱ ନୁହେଁ ବରଂ ଲୋକଙ୍କୁ ଏକାଠି କରି ପହଞ୍ଚାଇବା ପାଇଁ ପଡ଼ିବ। ଓ଼ଡ଼ିଆଙ୍କ ଦାୟିତ୍ୱ ସବୁ ଭେଦଭାବକୁ ଭୁଲି ଏ ଜଟିଳ ପରିସ୍ଥିତିକୁ ସମାଜରୁ ବାହାର କରିବା ପାଇଁ ଟ୍ରେସିଂ, ଟେଷ୍ଟିଂ ଏବଂ ଟ୍ରିଟ୍‌ମେଣ୍ଟକୁ ପ୍ରାଥମିକତା ଦେବା ପାଇଁ ପଡ଼ିବ। ଦେଶର ପଶ୍ଚିମାଞ୍ଚଳ ଓ ଉତ୍ତରାଞ୍ଚଳ ଧୀରେ ଧୀରେ କରୋନାର ସ୍ଥିତାବସ୍ଥା ସୁଧୁରୁଛି। ଦକ୍ଷିଣାଞ୍ଚଳରେ ଏବେ କରୋନା ରୂପ ଦେଖାଉଛି। ସରକାର, ସାମାଜିକ ସଙ୍ଗଠନ, ନାଗରିକମାନେ ଏଭଳି ଅଭାବନୀୟ ସ୍ଥିତିକୁ ସାମ୍ନା କରିବା ପାଇଁ ଦିନରାତି ପରିଶ୍ରମ କରୁଛନ୍ତି। ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀ, ପାରାମେଡିକାଲ, ପୋଲିସ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ବିକୁଥିବା ଲୋକମାନେ ସମସ୍ତେ ଏହି ସମୟରେ ସେବା ଯୋଗାଇ ଆସୁଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri