Posted inଖେଳ

ଟେଷ୍ଟ: ଓ୍ବେଷ୍ଟଇଣ୍ଡିଜ୍‌ ୯ ଉଇକେଟରେ ବିଜୟୀ

ଲକ୍ଷ୍ନୌ,୩୦।୧୧(ପି.ଟି.)- ଏଠାରେ ଖେଳାଯାଇଥିବା ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଶୁକ୍ରବାର ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଓ୍ବେଷ୍ଟଇଣ୍ଡିଜ ଅଫ୍‌ ସ୍ପିନର ରାଖିମ କର୍ନଓ୍ବାଲ କ୍ୟାରିୟର ଶ୍ରେଷ୍ଠ ୧୦ ଉଇକେଟ ଅକ୍ତିଆର କରି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ମାତ୍ର ୩ ଦିନ ମଧ୍ୟରେ ଆଫଗାନିସ୍ତାନ ପରାସ୍ତ ହୋଇଛି।
ଟସ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଆଫଗାନିସ୍ତାନ ପ୍ରଥମ ଇନିଂସରେ ୬୮.୩ ଓଭରରେ ୧୮୭ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ୮୩.୩ ଓଭରରେ ୨୭୭ ରନ କରି ଅଲଆଉଟ ହେବା ସହ ୯୦ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଥିଲା। ଏହାପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଆଫଗାନିସ୍ତାନ ୪୩.୧ ଓଭରରେ ୧୨୦ ରନରେ ଅଲଆଉଟ ହୋଇଥିଲା। ଫଳରେ ଓ୍ବେଷ୍ଟଇଣ୍ଡିଜ ସମ୍ମୁଖରେ ୩୧ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଓ୍ବେଷ୍ଟଇଣ୍ଡିଜ ୬.୨ ଓଭରରେ ମାତ୍ର ଗୋଟିଏ ଉଇକେଟ ହରାଇ ୩୩ ରନ କରି ବିଜୟୀ ହୋଇଛି। ଓପନର କ୍ରେଗ୍‌ ବ୍ରାଥ୍‌ଓ୍ବେଟ୍‌ ୮ ରନ କରି ଅମୀର ହମ୍‌ଜାଙ୍କ ବଲ୍‌ରେ ଉଇକେଟକିପର ଅଫ୍‌ସର ଜଜାଇ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ତେବେ ଜନ୍‌ କ୍ୟାମ୍ପବେଲ ୧୯ ଓ ସାଇ ହୋପ୍‌ ୬ ରନ କରି ଅପରାଜିତ ରହିବା ସହ ଦଳକୁ ବିଜୟୀ କରାଇଥିଲେ।
ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୦୯/୭ରୁ ଖେଳ ଆରମ୍ଭ କରି ଆଫଗାନିସ୍ତାନ ଅଲଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ଜଜାଇ ୨ ରନରୁ ଖେଳ ଆରମ୍ଭ ୭ ରନକରି ଆଉଟ ହୋଇଥିଲେ। ଏହାପରେ ଅଧିନାୟକ ରସିଦ ଖାଁ ୧, ୟାମିନ୍‌ ଅହମ୍ମଦ ୧ ରନ କରି ଆଉଟ ହୋଇଥିବା ବେଳେ ଜାହିର ଖାଁ ବିନା ସ୍କୋରରେ ଅପରାଜିତ ରହିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ ଜାସନ ହୋଲ୍ଡର, କର୍ନଓ୍ବାଲ ଓ ରୋଷ୍ଟନ ଚେଜ୍‌ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ପ୍ରଥମ ଇନିଂସ- ୬୮.୩ ଓଭରରେ ୧୮୭ ଅଲଆଉଟ।
ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ- ୮୩.୩ ଓଭରରେ ୨୭୭ ଅଲଆଉଟ।
ଆଫଗାନିସ୍ତାନ ଦ୍ୱିତୀୟ ଇନିଂସ- ୪୩.୧ ଓଭରରେ ୧୨୦ ଅଲଆଉଟ।
ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଇନିଂସ- ୬.୨ ଓଭରରେ ୩୩/୧।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri