Posted inଖେଳ

ଟେଷ୍ଟ: ଓ୍ବେଷ୍ଟଇଣ୍ଡିଜ୍‌ ୯ ଉଇକେଟରେ ବିଜୟୀ

ଲକ୍ଷ୍ନୌ,୩୦।୧୧(ପି.ଟି.)- ଏଠାରେ ଖେଳାଯାଇଥିବା ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଶୁକ୍ରବାର ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଓ୍ବେଷ୍ଟଇଣ୍ଡିଜ ଅଫ୍‌ ସ୍ପିନର ରାଖିମ କର୍ନଓ୍ବାଲ କ୍ୟାରିୟର ଶ୍ରେଷ୍ଠ ୧୦ ଉଇକେଟ ଅକ୍ତିଆର କରି ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ମାତ୍ର ୩ ଦିନ ମଧ୍ୟରେ ଆଫଗାନିସ୍ତାନ ପରାସ୍ତ ହୋଇଛି।
ଟସ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଆଫଗାନିସ୍ତାନ ପ୍ରଥମ ଇନିଂସରେ ୬୮.୩ ଓଭରରେ ୧୮୭ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ୮୩.୩ ଓଭରରେ ୨୭୭ ରନ କରି ଅଲଆଉଟ ହେବା ସହ ୯୦ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଥିଲା। ଏହାପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଆଫଗାନିସ୍ତାନ ୪୩.୧ ଓଭରରେ ୧୨୦ ରନରେ ଅଲଆଉଟ ହୋଇଥିଲା। ଫଳରେ ଓ୍ବେଷ୍ଟଇଣ୍ଡିଜ ସମ୍ମୁଖରେ ୩୧ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଓ୍ବେଷ୍ଟଇଣ୍ଡିଜ ୬.୨ ଓଭରରେ ମାତ୍ର ଗୋଟିଏ ଉଇକେଟ ହରାଇ ୩୩ ରନ କରି ବିଜୟୀ ହୋଇଛି। ଓପନର କ୍ରେଗ୍‌ ବ୍ରାଥ୍‌ଓ୍ବେଟ୍‌ ୮ ରନ କରି ଅମୀର ହମ୍‌ଜାଙ୍କ ବଲ୍‌ରେ ଉଇକେଟକିପର ଅଫ୍‌ସର ଜଜାଇ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ତେବେ ଜନ୍‌ କ୍ୟାମ୍ପବେଲ ୧୯ ଓ ସାଇ ହୋପ୍‌ ୬ ରନ କରି ଅପରାଜିତ ରହିବା ସହ ଦଳକୁ ବିଜୟୀ କରାଇଥିଲେ।
ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୦୯/୭ରୁ ଖେଳ ଆରମ୍ଭ କରି ଆଫଗାନିସ୍ତାନ ଅଲଆଉଟ ହୋଇଥିଲା। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ଜଜାଇ ୨ ରନରୁ ଖେଳ ଆରମ୍ଭ ୭ ରନକରି ଆଉଟ ହୋଇଥିଲେ। ଏହାପରେ ଅଧିନାୟକ ରସିଦ ଖାଁ ୧, ୟାମିନ୍‌ ଅହମ୍ମଦ ୧ ରନ କରି ଆଉଟ ହୋଇଥିବା ବେଳେ ଜାହିର ଖାଁ ବିନା ସ୍କୋରରେ ଅପରାଜିତ ରହିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ ଜାସନ ହୋଲ୍ଡର, କର୍ନଓ୍ବାଲ ଓ ରୋଷ୍ଟନ ଚେଜ୍‌ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ପ୍ରଥମ ଇନିଂସ- ୬୮.୩ ଓଭରରେ ୧୮୭ ଅଲଆଉଟ।
ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସ- ୮୩.୩ ଓଭରରେ ୨୭୭ ଅଲଆଉଟ।
ଆଫଗାନିସ୍ତାନ ଦ୍ୱିତୀୟ ଇନିଂସ- ୪୩.୧ ଓଭରରେ ୧୨୦ ଅଲଆଉଟ।
ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଇନିଂସ- ୬.୨ ଓଭରରେ ୩୩/୧।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri