Posted inଖେଳ

ଟେଷ୍ଟ ପାଇଁ ନ୍ୟୁଜିଲାଣ୍ଡକୁ ନିରପେକ୍ଷ ଭେନ୍ୟୁ କରାଯାଇପାରିବ

ଓ୍ବେଲିଂଟନ, ୧୦ା୬ (ପି.ଟି.):ନ୍ୟୁଜିଲାଣ୍ଡ ନିଜକୁ କରୋନାଭାଇରସ୍‌ ମୁକ୍ତ ଦେଶ ଭାବେ ଘୋଷଣା କରିଛି। ଟେଷ୍ଟ ମ୍ୟାଚଗୁଡ଼ିକ ଲାଗି ଏହାକୁ ନିରପେକ୍ଷ ଭାବେ ବ୍ୟବହାର କରାଯାଇ ପାରିବ ବୋଲି ଦେଶର ଖେଳାଳି ଆସୋସିଏଶନର ମୁଖ୍ୟ କାର୍ଯ୍ୟନିର୍ବାହୀ ହିଥ୍‌ ମିଲ୍ସ ପ୍ରକାଶ କରିଛନ୍ତି। ସମଗ୍ର ଦେଶରେ କରୋନା ଭାଇରସ୍‌ ବ୍ୟାପିବା ପରେ ମାର୍ଚ୍ଚ ମାସରୁ ଅନ୍ତର୍ଜାତୀୟ କ୍ରିକେଟ ସ୍ଥଗିତ ରହିଛି। ଭାରତ ଏହାର ଶେଷ ସିରିଜ ଆୟୋଜକ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିଛି। ଏହି ଗ୍ରୀଷ୍ମଋତୁରେ ମଧ୍ୟ ମ୍ୟାଚ ଆୟୋଜନ କରି ହେବ। ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ଡବ୍ଲ୍ୟୁ) ଏହି ପ୍ରସଙ୍ଗରେ ଇଂଲଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଓ ଅନ୍ୟ କେତେକ କ୍ରିକେଟ ବୋର୍ଡ ସହିତ ଆଲୋଚନା କରିଥିବା ମିଲ୍ସ କହିଛନ୍ତି। ଦେଶରେ ବର୍ତ୍ତମାନ କୌଣସି କରୋନା ପଜିଟିଭ୍‌ ନ ଥିବାରୁ ନ୍ୟୁଜିଲାଣ୍ଡ ସରକାର ରବିବାର ଅଧିକାଂଶ କଟକଣା ହଟାଇ ଦେଇଛି। ଅନ୍ତର୍ଜାତୀୟ କ୍ରିକେଟରେ ନିରପେକ୍ଷ ଭେନ୍ୟୁ ନୂଆ କଥା ନୁହେଁ। ୨୦୦୯ରେ ଲାହୋରରେ ଶ୍ରୀଲଙ୍କା ଟିମ୍‌ ବସ୍‌ ଉପରେ ଆକ୍ରମଣ ଘଟଣା ପରଠାରୁ ପାକିସ୍ତାନ ଏହାର ଅଧିକାଂଶ ଘରୋଇ ସିରିଜ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଖେଳି ଆସୁଛି। ତେବେ ପାକିସ୍ତାନ କ୍ରମେ ଦେଶକୁ ଅନ୍ତର୍ଜାତୀୟ କ୍ରିକେଟକୁ ଫେରାଇ ଆଣିବା ଲାଗି ଉଦ୍ୟମ ଚଳାଇଛି। କୋଭିଡ୍‌-୧୯ ଯୋଗୁ କାଉଣ୍ଟ କ୍ରିକେଟ ପ୍ରଭାବିତ ହୋଇଛି। ଏହାକୁ ଆୟୋଜନ କରିବା ଲାଗି ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ଅଫର ଦେଇଥିବା ଇଂଲଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ମୁଖ୍ୟ କାର୍ଯ୍ୟନିର୍ବାହୀ ଟମ୍‌ ହାରିସନ ଏପ୍ରିଲରେ ସୂଚନା ଦେଇଥିଲେ। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଇଂଲଣ୍ଡର ୩ ମ୍ୟାଚ ବିଶିଷ୍ଟ ଘରୋଇ ଟେଷ୍ଟ ସିରିଜ ସହ ଆସନ୍ତା ମାସରେ ଅନ୍ତର୍ଜାତୀୟ କ୍ରିକେଟ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ଏହା ଜୈବ-ସୁରକ୍ଷା ପରିବେଶ ମଧ୍ୟରେ ହେବ। ତେବେ ଏହି ପରିବେଶରେ ସବୁବେଳେ ଖେଳିବା ଗ୍ରହଣୀୟ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri