Posted inଖେଳ

ଟେଷ୍ଟ ଫର୍ମାଟ ସବୁଠାରୁ ସ୍ବତନ୍ତ୍ର: ପୂଜାରା

ରାଜକୋଟ,୧୨।୧(ପି.ଟି.)- କ୍ରିକେଟର ପାରମ୍ଭରିକ ତଥା ସବୁଠାରୁ ଲମ୍ବା ଫର୍ମାଟ ରୂପ ପରିଗଣିତ ହେଉଥିବା ଟେଷ୍ଟ ହେଉଛି ସବୁଠାରୁ ସ୍ବତନ୍ତ୍ର। ଏହି ଫର୍ମାଟ ତା’ର ସ୍ଥିତି ବଜାୟ ରଖିବାରେ ସଫଳ ହେବ ବୋଲି ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା କହିଛନ୍ତି। ସମୟର ପରବର୍ତ୍ତନ ହୋଇଛି ଓ ଧଳା ବଲ୍‌ କ୍ରିକେଟ ଏବେ ଲୋକପ୍ରିୟତାର ଶୀର୍ଷକୁ ଛୁଇଁଛି। ତେବେ ଟେଷ୍ଟ ଫର୍ମାଟ ହେଉଛି ସ୍ବତନ୍ତ୍ର ଓ ଶ୍ରେଷ୍ଠ ବୋଲି ପୂଜାରା କହିଛନ୍ତି। ସବୁଦିନେ ମଧ୍ୟ ଟେଷ୍ଟ ଏହା ହୋଇ ରହିବ ବୋଲି ପୂଜାର କହିଛନ୍ତି। ଟେଷ୍ଟ ହିଁ ଜଣେ କ୍ରିକେଟ ପାଇଁ ପ୍ରକୃତ ପରୀକ୍ଷା ସୃଷ୍ଟି କରିଥାଏ ଓ ଟେଷ୍ଟ ଖେଳିବାରେ ପ୍ରକୃତ ଚ୍ୟାଲେଞ୍ଜ୍‌ ଥାଏ ବୋଲି ପୂଜାରା କହିଛନ୍ତି।
ଉଲ୍ଲେଖଥାଉ କି, ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) କିଛିଦିନ ତଳେ ଟେଷ୍ଟକୁ ୪ ଦିନ ବିଶିଷ୍ଟ କରିବାକୁ ବିଚାର କରୁଛି। ତେବେ ଆଇସିସିର ଏହି ଆଭିମୁଖ୍ୟକୁ ସଚିନ ତେନ୍ଦୁଲକର, ରିକି ପଣ୍ଟିଂଙ୍କ ଭଳି କିମ୍ବଦନ୍ତୀ କ୍ରିକେଟରଙ୍କ ସମେତ କେତେକ ପୂର୍ବତନ ଖେଳାଳି ଦୃଢ ବିରୋଧ କରିଥିଲେ। ପୂଜାରା ଇତିମଧ୍ୟରେ ପ୍ରଥମ ଶ୍ରେଣୀ କ୍ରିକେଟରେ ୫୦ତମ ଶତକ ହାସଲ କରି ଏଲିଟ୍‌ କ୍ଲବରେ ସାମିଲ ହୋଇଛନ୍ତି। ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ଏହି ଶତକ ତାଙ୍କ ପାଇଁ ବିଶେଷଭାବେ ଗୁରୁତ୍ୱ ବହନ କରୁଛି। ନ୍ୟୁଜିଲାଣ୍ଡ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରଜ ଜିତିଲେ ଭାରତ ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ପ୍ରାରମ୍ଭିକ ସଂସ୍କରଣ ୨୦୨୧ ଫାଇନାଲର ନିକଟତର ହେବ। ୩୧ ବର୍ଷୀୟ ପୂଜାର ଏପର୍ଯ୍ୟନ୍ତ ୧୮ଟି ଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri