Posted inଖେଳ

ଟେଷ୍ଟ ସିରିଜ ଖେଳିବାକୁ ଇଂଲଣ୍ଡରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ ଦଳ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ),୯।୬(ଏପି): କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଏକ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ଦଳ ଇଂଲଣ୍ଡରେ ପହଞ୍ଚିଛି । ଆଣ୍ଟିଗୁଆରୁ ଦଳ ଏକ ଚାର୍ଟର ବିମାନ ଯୋଗେ ଗସ୍ତ ଆରମ୍ଭ କରିଥିଲା। ଦଳ ମଙ୍ଗଳବାର ସକାଳେ ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡରେ ଓହ୍ଲାଇଛି। ପହଞ୍ଚିବା ପରେ ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନେ ଏବେ କ୍ୱାରାଣ୍ଟାଇନ୍‌ରେ ରହିବେ ଓ ସେମାନଙ୍କର କୋଭିଡ୍‌-୧୯ ପରୀକ୍ଷା କରାଯିବ। ଅବଶ୍ୟ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଖେଳାଳିମାନଙ୍କର ପରୀକ୍ଷା ହୋଇଥିଲା ଓ ସେମାନେ ନେଗେଟିଭ ବୋଲି ଜଣାପଡିଥିଲା। ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନଙ୍କୁ ଜୈବ ସୁରକ୍ଷିତ ପରିବେଶରେ ରଖାଯିବ ଓ ଖେଳିବାର ସୁଯୋଗ ଦିଆଯିବ। ତେବେ ଖେଳାଳିମାନଙ୍କୁ ସରକାରଙ୍କ ନିର୍ଦ୍ଦେଶନାମା ମାନିବାକୁ ହେବ। ୨୧ ଦିନ ମଧ୍ୟରେ ୩ଟି ଯାକ ଟେଷ୍ଟ ଖେଳାଯିବ। ପ୍ରଥମ ଟେଷ୍ଟ ସାଉଥାମ୍ପଟନଠାରେ ଜୁଲାଇ ୮ ତାରିଖରୁ, ଦ୍ୱିତୀୟ ଟେଷ୍ଟ ଜୁଲାଇ ୧୬ ତାରିଖରୁ ଓ ତୃତୀୟ ଟେଷ୍ଟ ଜୁଲାଇ ୨୪ ତାରିଖରୁ ଆରମ୍ଭ ହେବ। ଦ୍ୱିତୀୟ ଓ ତୃତୀୟ ଟେଷ୍ଟ ଓଲ୍ଡ ଟ୍ରାଫର୍ଡରେ ଖେଳାଯିବ। ପ୍ରଥମେ ଏହି ଗସ୍ତ ମେ ଓ ଜୁନ୍‌ରେ ଆୟୋଜନ ହେବା କାର୍ଯ୍ୟକ୍ରମ ଥିଲା। ତେବେ କରୋନା ଭାଇରସ୍‌ ସଂକ୍ରମଣ ପାଇଁ ଏହାକୁ ଘୁଞ୍ଚାଇ ଦିଆଯାଇଥିଲା।

ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳ: ଜାସନ ହୋଲ୍ଡର (ଅଧିନାୟକ), ଜେର୍ମାଇନ୍‌ ବ୍ଲାକଉଡ୍‌, ଏନ୍‌କ୍ରୁମା ବୋନର, କ୍ରେଗ୍‌ ବ୍ରାଥଓ୍ବେଟ୍‌, ଶମରା ବ୍ରୁକ୍ସ, ଜନ କ୍ୟାମ୍ପବେଲ, ରୋଷ୍ଟନ ଚେଜ୍‌, ରାହାକିମ କର୍ନଓ୍ବାଲ, ଶେନ ଡୋରିଚ୍‌, ଚେମର ହୋଲ୍ଡର, ସାଇ ହୋପ୍‌, ଅଲଜାରି ଜୋସେଫ, ରେମନ ରେଇଫର ଓ କେମର ରୋଚ୍‌।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି...

ରାଜସ୍ଥାନର କ୍ରମାଗତ ଦ୍ୱିତୀୟ ବିଜୟ

ଜୟପୁର,୨୮ା୩: ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୯ତମ ଆଇପିଏଲ୍‌ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୧୨ ରନ୍‌ରେ ହରାଇ କ୍ରମାଗତ ଦ୍ୱିତୀୟ ବିଜୟୀ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri