ଟୋକନଧାରୀଙ୍କଠାରୁ ଧାନ କିଣ: ଜିଲାପାଳ

ପାଲଲହଡା,୨୫।୩(ଡି.ଏନ.ଏ.)- ଟୋକନ ଥାଇ ମଧ୍ୟ ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡର ୧୧ଟି ସମବାୟ ସମିତିରେ ଚାଷୀମାନେ ଧାନ ବିକ୍ରି କରିପାରୁ ନ ଥିବା ନେଇ ଗତ ୨୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପାଲଲହଡା ଉପଜିଲାପାଳ ଅଜିତ କୁମାର ପ୍ରଧାନଙ୍କୁ ପ୍ରଦାନ କରାଯାଇଥିଲା। ଏପରିକି ଧାନବସ୍ତା ରଖି ଧାରଣା ଦିଆଯିବ ବୋଲି ଚାଷୀମାନଙ୍କ ପକ୍ଷରୁ ଚେତାବନୀ ଦିଆଯାଇଥିଲା। ଚାଷୀମାନଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଧାନ କିଣା ଜାରି ରଖିବାକୁ ପାଲଲହଡ଼ାର ମିଲରମାନଙ୍କୁ ଗତ ୨୩ ତାରିଖରେ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ଉପଜିଲାପାଳ ପ୍ରଧାନ ସୂଚନା ଦେଇଛନ୍ତି।
ଉକ୍ତ ଦାବିପତ୍ରରେ ଚାଷୀମାନେ ଦର୍ଶାଇଥିଲେ ଯେ, ନିଜିଗଡ଼ ସମବାୟ ସମିତିରେ ଚଳିତ ବର୍ଷ ୫୦୫ ଜଣ ଚାଷୀ ଧାନ ବିକ୍ରି କରିବା ପାଇଁ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୧୪୧ ଜଣ ଟୋକୋନ ଥାଇ ମଧ୍ୟ ଧାନ ବିକ୍ରି କରିପାରିନାହାନ୍ତି। ମଣ୍ଡିକୁ ଅଧାରୁ ବନ୍ଦ କରାଯାଇଥିବାରୁ ଚାଷୀମାନେ ଧାନ ବସ୍ତା ରଖି ଧାରଣାରେ ବସିବାକୁ ନିଷ୍ପତ୍ତି ନେଇଛନ୍ତି। ଉକ୍ତ ଦାବିପତ୍ର ପାଇବା ପରେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ଗତ ୨୩ ତାରିଖରେ ପତ୍ର ସଂଖ୍ୟା ୦୧୦୬୭୮/୨୦ରେ ନିଜିଗଡ଼ ସୋସାଇଟିରୁ ୧୫୯୩.୬୯ କୁଇଣ୍ଟାଲ, ସଇଡା ସୋସାଇଟିରୁ ୨୦୬.୯୫ କୁଇଣ୍ଟାଲ, ଚଷାଗୁରୁଜାଙ୍ଗ ସୋସାଇଟିରୁ ୮୬.୯୮ କୁଇଣ୍ଟାଲ, ଖମାର ସୋସାଇଟିରୁ ୪୬୭.୨୪ କୁଇଣ୍ଟାଲ, ଶଙ୍ଖମୁର ସୋସାଇଟି ରୁ ୩୦୩.୭୭ କୁଇଣ୍ଟାଲ, ଇଞ୍ଜିଡି ସୋସାଇଟିରୁ ୨୧୧.୦୪ କୁଇଣ୍ଟାଲ ଏବଂ ମୁଣ୍ଡରିବେଡା ସୋସାଇଟିରୁ ୩୫୩.୦୭ କୁଇଣ୍ଟାଲ ଧାନ କିଣିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେବେ କିଭଳି ଭାବେ ଚାଷୀମାନେ ସୁବିଧାରେ ମଣ୍ଡିରେ ଧାନ ବିକ୍ରିକରି ପାରିବେ ସେ ଦିଗରେ ସମସ୍ତ ପଦକ୍ଷେପ ନିଆଯିବ ବୋଲି ଉପଜିଲାପାଳ ଅଜିତ କୁମାର ପ୍ରଧାନ ଏବଂ ଉପଖଣ୍ଡ ଯୋଗାଣ ଅଧିକାରୀ ବେଣୁଧର ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଉପଜିଲାପାଳ କହିଛନ୍ତି, ଲକ୍‌ଡାଉନ୍‌ ଓ ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ଗହଳି ନ କରି ଜଣେ କିମ୍ବା ଦୁଇ ଜଣ ମଣ୍ଡିରେ ଧାନ ଦେଇ ସରିଲା ପରେ ପୁଣି ଜଣେ ଦୁଇଜଣ ଧାନ ମଣ୍ଡିରେ ଦେବେ। ଏଥିପାଇଁ ସୋସାଇଟିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଉପଜିଲାପାଳ ପ୍ରଧାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri