ଟୋକନ ବ୍ୟବସ୍ଥାକୁ ଚାଷୀଙ୍କ ବିରୋଧ

ବରଗଡ଼ ଅଫିସ,୧୮।୧୧: ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଗତ ୧୫ ତାରିଖରୁ ମଣ୍ଡିଗୁଡ଼ିକ ଖୋଲିଥିଲେ ମଧ୍ୟ ରବିବାର ସୁଦ୍ଧା ବସ୍ତାଟିଏ ଧାନ ବିକ୍ରି ହୋଇ ପାରିନାହିଁ। ଚଳିତଥର ଧାନ ସଂଗ୍ରହ ପ୍ରକ୍ରିୟାରେ ବାଧ୍ୟତାମୂଳକ କରାଯାଇଥିବା ରାଜ୍ୟସ୍ତରୀୟ ଅନ୍‌ଲାଇନ ଟୋକନ ବ୍ୟବସ୍ଥା ଏଥିରେ ପ୍ରତିବନ୍ଧକ ସାଜିଛି। ଚାଷୀମାନେ ଏହି ବ୍ୟବସ୍ଥାକୁ ଉଚ୍ଛେଦ କରିବା ପାଇଁ ଜିଲାସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକରେ ଦାବି କରିଥିଲେ। ହେଲେ ତାକୁ ଉଚ୍ଛେଦ କରାଯାଇ ନ ଥିବାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ପରିସ୍ଥିତି ସୃଷ୍ଟି ହୋଇଛି।
ଅନ୍ୟପକ୍ଷେ ଏହାକୁ ନେଇ ଚାଷୀ ଅସନ୍ତୋଷ ମଧ୍ୟ ବଢ଼ିବାରେ ଲାଗିଛି। ଏହି କ୍ରମରେ ରବିବାର ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆରଏମ୍‌ସି) ଅଧୀନ ଗୋଡ଼ଭଗା ମଣ୍ଡି ପରିସରରେ ପଶ୍ଚିମ ଓଡ଼ିଶାର ବରଗଡ଼, ସମ୍ବଲପୁର, ବଲାଙ୍ଗୀର, ସୋନପୁର ଜିଲାର ବିିଭିନ୍ନ କୃଷକ ସଙ୍ଗଠନର ପ୍ରତିନିଧି ଏବଂ ଚାଷୀମାନଙ୍କୁ ନେଇ ଏକ ସମାବେଶ ହୋଇଥିଲା। ସୋମବାର ମଧ୍ୟାହ୍ନ ୧୨ଟା ସୁଦ୍ଧା ମଣ୍ଡିଗୁଡ଼ିକରେ ବିନା ଟୋକନରେ ଧାନ କିଣା ନ ଗଲେ ଏସବୁ ଜିଲାର ଚାଷୀମାନେ ସମ୍ପୃକ୍ତ ଅଞ୍ଚଳର ବ୍ଲକ, ତହସିଲ ଅଫିସ ଆଗରେ ଧାନ ଗଦା କରିବା ପାଇଁ ଚେତାବନୀ ଦେଇଛନ୍ତି। ଟୋକନ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଉଚ୍ଛେଦ, ଧାନକ୍ରୟ ସଂସ୍ଥା ବସ୍ତା ଯୋଗାଇବା, ମଣ୍ଡିରେ ଧାନର ଗୁଣମାନ ନିର୍ଦ୍ଧାରଣ ଏବଂ ଓଜନ କରାଯିବା ପାଇଁ ସମାବେଶରେ ଦାବି ହୋଇଥିଲା। ଏହି ଦାବି ପୂରଣ ନ ହେଲେ ଆଗକୁ ଆନ୍ଦୋଳନ ବ୍ୟାପକ କରିବା ପାଇଁ ଚାଷୀମାନେ ନିଷ୍ପତ୍ତି ନେଇଥିଲେ। ଚାଷୀନେତା ଗୌରଚନ୍ଦ୍ର ଖମାରୀ, ଲକ୍ଷ୍ମଣ ପ୍ରଧାନ, ଅଶୋକ ପ୍ରଧାନ, ଦୟାସାଗର ମେଣ୍ଡଲି, ରାହାସ କର୍ଣ୍ଣ, ଭୀଷ୍ମଦେବ ପଣ୍ଡା, ପି. ପାପାରାଓ ଚୌଧୁରୀ, ରାହାସ କର୍ଣ୍ଣ, ଅରୁଣ ସାହୁ ପ୍ରମୁଖ ସମାବେଶରେ ଅଂଶଗ୍ରହଣ କରିଥିଲେ। ଅପରପକ୍ଷରେ ସମବାୟ ବିଭାଗ ପକ୍ଷରୁ ଏପରି ଅଭିଯୋଗକୁ ଖଣ୍ଡନ କରାଯାଇଛି। ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି ଯେ, ଅନ୍‌ଲାଇନ ଟୋକନ ବ୍ୟବସ୍ଥାକୁ ଚାଷୀମାନେ ବିରୋଧ କରୁନାହାନ୍ତି, ମଧ୍ୟସ୍ଥମାନେ ବିରୋଧ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri