ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ ବର୍ତ୍ତମାନ ସୁଦ୍ଧା ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇପାରିନାହିଁ। ଏହାକୁ ନେଇ ଚାଷୀ ଅସନ୍ତୋଷ ଲାଗି ରହିଛି। ଏହି କ୍ରମରେ ଅସନ୍ତୁଷ୍ଟ ଚାଷୀ ରାଜବୋଡାସମ୍ବର କୃଷକ ସଙ୍ଗଠନ ଆନୁକୂଲ୍ୟରେ ଆବାହକ ଅଶୋକ ସାହୁ, ଆଇନ ପରାମର୍ଶଦାତା ଅଜିତ ଶତପଥୀଙ୍କ ନେତୃତ୍ୱରେ ସୋମବାର ପଦ୍ମପୁର ଉପଜିଲାପାଳ ସ୍ନେହା ଅରଗୁଲଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ କହିଛନ୍ତି ଯେ, ଏପର୍ଯ୍ୟନ୍ତ ୭୦ପ୍ରତିଶତ ଚାଷୀଙ୍କ ଟୋକନ ପହଞ୍ଚି ନ ଥିବାବେଳେ ଚାଷୀଙ୍କ କଷ୍ଟୋପାର୍ଜିତ ଧାନ ଖଳା, ରାସ୍ତା କଡ଼ ତଥା କ୍ଷେତରେ ପଡିଛି। ଅପରପକ୍ଷରେ ଯେଉଁ ଚାଷୀମାନେ ଧାନ ପକାଇଛନ୍ତି ସେମାନେ କେବେ ମିଲର୍ସ ଧାନ ଉଠାଇବେ ସେ ନେଇ ଅନାଇ ରହିଛନ୍ତି। ମାତ୍ର ଉପଖଣ୍ଡର କୌଣସି ମଣ୍ଡିକୁ ଏ ପର୍ଯ୍ୟନ୍ତ ମିଲର୍ସ ପହଞ୍ଚତ୍ ନ ଥିବା ବେଳେ ପ୍ରଶାସନ ମଧ୍ୟ ତତ୍ପରତା ପ୍ରକାଶ କରୁ ନ ଥିବା ଚାଷୀମାନେ କହିଛନ୍ତି। ମଙ୍ଗଳବାର ସୁଦ୍ଧା ଧାନ ଉଠାଣ ଓ ଟୋକନ ପ୍ରଦାନ ସ୍ବାଭାବିକ ନ ହେଲେ ରାଜବୋଡାସମ୍ବର କୃଷକ ସଙ୍ଗଠନ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri