Odisha Elections 2024

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିପାଇଁ ଟ୍ବିନ୍‌ ସିଟି ଭୁବନେଶ୍ୱର ଏବଂ କଟକରେ ରେଡ ଓ୍ବାର୍ନିଂ ଜାରି କରାଯାଇଛି। ଟ୍ବିନ୍‌ ସିଟିରେ ତାପମାତ୍ରା ୪୫ ଡିଗ୍ରୀ ଅତିକ୍ରମ କରିପାରେ। ତେଣୁ କଟକ- ଭୁବନେଶ୍ୱର ପାଇଁ ରେଡ ୱାର୍ନିଂ ଜାରି କରାଯାଇଛି। ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେଉଥିବାରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ବାରମ୍ବାର ପରାମର୍ଶ ଦିଆଯାଉଛି।
ଆଜି ସକାଳ ସାଢେ ୮ରେ ପାରଦ ୩୮ ଡିଗ୍ରୀ ଟପିଯାଇଛି । ୩୮.୪ ଡିଗ୍ରୀ ତାପମାତ୍ରା ସହ ବାରିପଦା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିପରି ତାଳଚେର ୩୭.୮, ବାଲେଶ୍ୱର ୩୬.୬, କେନ୍ଦୁଝର ୩୬.୪ ଡିଗ୍ରୀ, କଟକ ୩୫.୮, ଭଦ୍ରକ ୩୫, ରାଉରକେଲାରେ ତାପମାତ୍ରା ୩୫ ଡିଗ୍ରୀ ରହିଛି। ଏପଟେ ଭବାନୀପାଟଣା ୩୪.୮, ଭୁବନେଶ୍ୱର ଓ ଝାରସୁଗୁ ୩୪.୬, ହୀରାକୁଦ ୩୪.୪, ଚାନ୍ଦବାଲି ୩୪.୨, ବଲାଙ୍ଗିର ୩୪ ଡିଗ୍ରୀ, କେନ୍ଦ୍ରାପଡା ୩୪ ଏବଂ ଅନୁଗୁଳରେ ତାପମାତ୍ରା ୩୪ ଡିଗ୍ରୀ ରହିଛି । ସିଭିୟର ହିଟ ୱେଭ ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ଅନୁଗୁଳ ଓ କଟକରେ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ

ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ...

ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ...

ଘୋଷଣା ହେଲା ପିଜି ପ୍ରବେଶିକା ପରୀକ୍ଷା ତାରିଖ, ଜାଣନ୍ତୁ…

ଭୁବନେଶ୍ୱର,୧୭।୫: ରାଜ୍ୟରେ ପୋଷ୍ଟ ଗ୍ରାଜୁଏଟ(ପିଜି) ପଢିବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ ଖବର । ଆସିଲା ପିିଜି ପ୍ରବେଶିକା ପରୀକ୍ଷାର ତାରିଖ ।...

ଅଭୟାରଣ୍ୟ ପରିଧୀରେ ମଦ ଆଡ୍ଡା, ଜବତ ହେଲା ୧୬୧୮ ଲିଟର ଦେଶୀ ମହୁଲି ମଦ

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ), କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନରେ ୫ଟି ଥାନା ରହିଛି l ଚଳିତ ମାସ ଗତ ୧୪ ତାରିଖ ହାଟଡିହୀ ବ୍ଲକ ସୋସୋ...

ଗର୍ଜିଲେ ଶାହା, କହିଲେ…

ରାଉରକେଲା,୧୭।୫: ରାଉରକେଲାରେ ପହଞ୍ଚି ବିଜେଡିକୁ ଆକ୍ରମଣାତ୍ମକ ଢଙ୍ଗରେ ଟାର୍ଗେଟ କରିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହା। ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି...

ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ…

ଭୁବନେଶ୍ୱର,୧୭।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ୧୯ତାରିଖ ରବିବାର...

ଓଡିଶା ବିକାଶ କରିବାରେ ବିଜେଡି ବିଫଳ ହୋଇଛି: ହେମା ମାଳିନୀ

ଭୁବନେଶ୍ୱର,୧୭।୫: ଗତ ୨୫ ବର୍ଷ ମଧ୍ୟରେ ଓଡିଶାର ବିକାଶ ପାଇଁ କିଛି କରି ନ ଥିବା ଅଭିଯୋଗ କରି ପୁଣିଥରେ ଭାଜପା ଶାସକ ବିଜେଡିକୁ ଟାର୍ଗେଟ...

ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର

ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri