ଟ୍ରକକୁ ପିଟିଲା ଆମ୍ବୁଲାନ୍ସ, ୨ ମୃତ

ଜଳେଶ୍ୱର, ୨।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ୬୦ ନଂ. ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲପ୍ଲାଜା ନିକଟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକ ପଛପଟେ ଆମ୍ବୁଲାନ୍ସ ପିଟି ହୋଇଯିବାରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଦ୍ୱୟ ହେଲେ ପଶ୍ଚିମବଙ୍ଗ ରାଜ୍ୟ ବାଙ୍କୁଡ଼ା ଜିଲା ବିଷ୍ଣୁପୁର ଥାନା ବେଲିଆଡ଼ି ଗ୍ରାମର ସେକ୍‌ ବଦରୁଲ (୪୮) ଓ ସେକ୍‌ ଆଇନାଲ(୪୫)। ଏମାନେ ସମ୍ପର୍କରେ ୨ ଭାଇ ବୋଲି ଜଣାପଡ଼ିଛି।
ସୋମବାର ଭୋର ସମୟରେ ଏହି ଆମ୍ବୁଲାନ୍ସ (ନଂ.ଡବ୍ଲ୍ୟୁବି୬୭ବି-୩୫୧୩) ରୋଗୀ ନେଇ କଟକ ଅଭିମୁଖେ ଯାଉଥିଲା। ଗାଡିଟି ଦ୍ରୁତ ବେଗରେ ଯାଉଥିବାରୁ ଚାଳକ ରାସ୍ତାକଡରେ ଥିବା ଟ୍ରକକୁ ହଠାତ୍‌ ଦେଖି ନ ପାରି ପିଟି ହୋଇଯାଇଥିଲେ। ଫଳରେ ଆମ୍ବୁଲାନ୍ସରେ ଥିବା ୬ ଜଣଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କ ମଧ୍ୟରେ ୨ ଜଣ ମହିଳା ଅଛନ୍ତି। ଜଳେଶ୍ୱର ପୋଲିସ ଦୁର୍ଘଟଣାଗ୍ରସ୍ତ ଆମ୍ବୁଲାନ୍ସକୁ ଜବତ କରିବା ସହିତ ଏକ ମାମଲା (ନଂ.୧୪୦/୧୯) ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?