ଟ୍ରକରୁ ୫୦୦ କେଜି ଗଞ୍ଜେଇ ଜବତ, ୩ ଗିରଫ

ବ୍ରହ୍ମପୁର ଅଫିସ,୧୨।୬- ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଗୋଇଲୁଣ୍ଡି ଛକରୁ ଗଞ୍ଜେଇ ଭର୍ତ୍ତି ଟ୍ରକ ଜବତ କରିଛି। ଟ୍ରକରେ ୨୦ଟି ଜରି ଅଖାରେ ୫୦୦ କେଜି ଗଞ୍ଜେଇ ଥିବା ଯାଞ୍ଚ ବେଳେ ଜଣାପଡ଼ିଛି। ଏହି ଘଟଣାରେ ଟ୍ରକ ଡ୍ରାଇଭର ଢେଙ୍କାନାଳ ଜିଲା ପରଜଙ୍ଗର ସୁଜନ କୁମାର ସାହୁ, ରବି ନାରାୟଣ ସାହୁ ଓ ଗଜପତି ଜିଲା ବିରିକୋଟ ଗ୍ରାମର କରୁଣ ନାୟକ ଓରଫ କାହ୍ନୁଙ୍କୁ ଗିରଫ କରାଯାଇଛି।
ଏମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଗୋଇନ୍ଦା ଅଧିକାରୀ ଧୀରେନ କୁମାର ବେହେରା ସୂଚନା ଦେଇଛନ୍ତି। ମଙ୍ଗଳବାର ଗଜପତି ଜିଲା ଅଡବା ଅଞ୍ଚଳରୁ ବ୍ରହ୍ମପୁର ଦେଇ ବିହାରକୁ ଗଞ୍ଜେଇ ଚାଲାଣ ହେଉଥିବା ଅବକାରୀ ଗୋଇନ୍ଦା ଖବର ପାଇଥିଲା। ଗୋଇଲୁଣ୍ଡି ଛକରେ ଟ୍ରକ (ନଂ.ବିଆର୦୨ଜିଏ ୪୮୦୪)କୁ ଅଟକାଇ ଅବକାରୀ ଗୋଇନ୍ଦା ଅଧିକାରୀଙ୍କ ନେତୃତ୍ୱରେ ଏକ ଟିମ୍‌ ଯାଞ୍ଚ କରିବାରୁ ସେଥିରୁ ଗଞ୍ଜେଇ ମିଳିଥିଲା। ଏହା ବିହାର ଚାଲାଣ ହେଉଥିଲା ବୋଲି ଜେରା ପରେ ଅବକାରୀ ବିଭାଗ ଜାଣିବାକୁ ପାଇଛି। ଗଞ୍ଜେଇ ବ୍ୟବସାୟୀ ତଥା ଟ୍ରକ ମାଲିକ ବିହାରର ମୁକେଶ କେଆର ସିଂ ବିହାରରେ ରହି ଏହା ଅପରେଟିଙ୍ଗ କରୁଥିବା ଜଣାପଡିଛି। ମାମଲା ନଂ.୪୨/୧୯-୨୦ ଅନୁସାରେ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇ ଅଧିକ ତଦନ୍ତ ଜାରି ରହିଛି। ଏହି ଘଟଣାରେ ଅନ୍ୟ ଯେଉଁମାନେ ତଦନ୍ତ ପରିସରକୁ ଆସିବେ ସେମାନଙ୍କୁ ମଧ୍ୟ ଗିରଫ କରାଯିବ ବୋଲି ଅବକାରୀ ଗୋଇନ୍ଦା ଅଧିକାରୀ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri