ଟ୍ରକରେ ଖଣିଜ ପରିବହନକୁ ନେଇ ତୁଟିଲା ବିବାଦ -ଘଟଗାଁ ବୈଠକରେ ରୋଡମ୍ୟାପ୍‌ ପ୍ରସ୍ତୁତ

କେନ୍ଦୁଝର,୨୬ା୫(ଡି.ଏନ୍‌.ଏ.)-ପାରାଦ୍ୱୀପଠାରେ କେନ୍ଦୁଝର ଓ ସୁନ୍ଦରଗଡ ଜିଲାର ଟ୍ରକଗୁଡିକରୁ ଖଣିଜ ପଦାର୍ଥ ଅନଲୋଡକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି ା କେନ୍ଦୁଝର ଜିଲାର ଘଟଗାଁଠାରେ ରାଜ୍ୟର ୧୦ଟି ଟ୍ରକମାଲିକ ସଂଘର ମିଳିତ ବୈଠକ ଅନୁଷ୍ଠିତ ହୋଇ ସମାଧାନର ପନ୍ଥା ବାହାର କରାଯାଇଛି ା ବୈଠକରେ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ସଂଘର ୪ଜଣ ସଦସ୍ୟଙ୍କୁ ନେଇ ଏକ କୋର କମିଟି ଗଠନ ହେବା ସହ ଏହି କମିଟି ପାରାଦ୍ୱୀପଠାରେ ମାଲ ଅନଲୋଡ ସମ୍ପର୍କରେ ନିୟମିତ ତଦାରଖ କରିବେ ା କୌଣସି ଟ୍ରକ ଓଭରଟେକ କରିପାରିବେ ନାହଁି ବୋଲି ବୈଠକରେ ପ୍ରସ୍ତାବ ଉପରେ ସମସ୍ତେ ମୋହର ଲଗାଇଛନ୍ତି। ରାସ୍ତାରେ ସିସିଟିଭି ଲଗାଯିବା ସହ ନିୟମିତ ବ୍ୟବଧାନରେ ସମନ୍ବୟ କମିଟିର ବୈଠକ ବସିବ ବୋଲି ସ୍ଥିର ହୋଇଛି। କେନ୍ଦୁଝର ଟ୍ରକମାଲିକ ସଂଘ ସଭାପତି ରମାକାନ୍ତ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ କେନ୍ଦୁଝର, ଯୋଡା, ବଡବିଲ, କୋଇଡା, ଯାଜପୁର, ଚଣ୍ଡିଖୋଲ,ପାରାଦ୍ୱୀପ, ଜଗତସିଂହପୁର ଆଦି ମାଲିକ ସଂଘର କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ। କେନ୍ଦୁଝର ଟ୍ରକମାଲିକ ସଂଘର ଯୁଗ୍ମ ସମ୍ପାଦକ ଦେବୁ ପଟ୍ଟନାୟକ, ରବି ନାରାୟଣ ଶତପଥି, ଦିଲ୍ଲୀପ କୁମାର ପାଣି,ଆଲୋକ ପରିଡା, ଛଇଳ ଜେନା, ସୂଯର୍‌ୟନାରାୟଣ କର, ଜୟନ୍ତ କୁମାର ବେହେରା, ଦିଲ୍ଲୀପ କୁମାର ପଣ୍ଡା, ଦେବାଶିଷ ପଟ୍ଟନାୟକ, ସଞ୍ଜୟ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri