ଟ୍ରକ୍‌କୁ ପିଟିଲା ତୀର୍ଥଯାତ୍ରୀ ବସ୍‌: ୨ ମୃତ, ୧୫ ଗୁରୁତର

ଭଦ୍ରକ ଅଫିସ, ୧୨।୨: ଜାତୀୟ ରାଜପଥ କଡରେ ଛିଡା ହୋଇଥିବା ଧାନ ବୋଝେଇ ଟ୍ରକକୁ ସାମ୍ନା ପଟୁ ପିଟଛି ଏକ ତୀର୍ଥଯାତ୍ରୀ ବସ୍‌। ଫଳରେ ୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ଯାତ୍ରୀ ଗୁରୁତର ଓ ୨୦ ଜଣରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଗୁରୁତର ଏବଂ ଆହତଙ୍କୁ ଚିକିତ୍ସା ପାଇଁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଉତ୍ତରପ୍ରଦେଶ ଗୋରଖପୁରର ତୀର୍ଥ ଯାତ୍ରୀ ଚାରିଧାମ ଯାତ୍ରାରେ ବାହାରିଥିଲେ। ପ୍ରଥମେ ଅଯୋଧ୍ୟାରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୂର୍ଘଟଣା ଶିକାର ହୋଇଥିଲା। ପୂର୍ବରୁ ଏକ ଧାନ ବୋଝେଇ ଟ୍ରକର ତେଲ ସରିଯିବାରୁ ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିଲା। ବସ୍‌ଟି ଛିଡା ହୋଇଥିବା ଧାନ ବୋଝେଇ ଟ୍ରକର ସାମ୍ନାପଟୁ ବାଡ଼େଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ ଶିକାର ହୋଇଥିବା ତୀର୍ଥଯାତ୍ରୀଙ୍କୁ ସଙ୍ଗେ ସଙ୍ଗେ ଅଗ୍ନିଶମ ବାହିନୀ ଓ ପୋଲିସଙ୍କ ପକ୍ଷରୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତ ତୀର୍ଥଯାତ୍ରୀଙ୍କ ପରିଚୟ ଜଣାପଡ଼ିନାହିଁ। ୫ ଜଣ ଗୁରୁତରଙ୍କୁ କଟକ ବଡ ମେଡିକାଲକୁ ୧୦୮ ଯୋଗେ ସ୍ଥାନାନ୍ତରିତ କରାଗଲା। ଏହି ୫ ଜଣଙ୍କୁ ଭଦ୍ରକ ରେଡକ୍ରସ ପାଣ୍ଠିରୁ ପ୍ରତ୍ୟେକଙ୍କୁ ୫ ହଜାର ଲେଖାଏ ସହାୟତା ପ୍ରଦାନ କରାଯାଇଛି। ଘଟଣାସ୍ଥଳରେ ଉପଜିଲାପାଳ ପିତାମର ସାମଲ ଉପସ୍ଥିତ ରହି ଆହତଙ୍କ ସମ୍ପର୍କରେ ପଚାରି ବୁଝୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri