ଟ୍ରକ୍‌କୁ ପିଟିଲା ବୋଲେରୋ: ୭ ଝୋଟକଳ ଶ୍ରମିକ, ଡ୍ରାଇଭର ଆହତ

ରୂପ୍‌ସା, ୨୩।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ୬୦ନଂ. ଜାତୀୟ ରାଜପଥର ସଦର ବ୍ଲକ ରାଜଧାନୀ ଢ଼ାବା ନିକଟରେ ଶୁକ୍ରବାର ଏକ ଟ୍ରକ୍‌ ପଛପଟୁ ଏକ ବୋଲେରୋ (ନଂ. ଓଡ଼ି୦୧ଇ-୯୦୩୨) ଧକ୍କା ଦେବାରୁ ରୂପ୍‌ସା ଝୋଟ କାରଖାନାର ୭ଜଣ ଶ୍ରମିକଙ୍କ ସମେତ ବୋଲେରୋ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତ ଶ୍ରମିକମାନେ ହେଲେ ମୃତ୍ୟୁଞ୍ଜୟ ରଣା, ରାଜେନ୍ଦ୍ର ଦାସ, ନିରଞ୍ଜନ ଦାସ, ସଞ୍ଜୟ ସାହୁ, ଦୀପକ ସାହୁ, ରବୀନ୍ଦ୍ର ନାୟକ ଓ ଦେବେନ୍ଦ୍ର୍ର ସିଂହ। ଶ୍ରମିକ ସଂଘର କର୍ମକର୍ତ୍ତା ଓ ଶ୍ରମିକମାନେ ୩ଟି ବୋଲେରୋରେ ସଦର ବିଧାୟକ ମଦନମୋହନ ଦତ୍ତଙ୍କୁ ସଂଘ ପରିଚାଳନା ସମ୍ପର୍କରେ ଆଲୋଚନା ପାଇଁ ସାକ୍ଷାତ କରିବାକୁ ଯାଉଥିଲେ। ଦୁର୍ଘଟଣା ଘଟିବା ପରେ ଆହତମାନଙ୍କୁ ଅନ୍ୟ ଏକ ବୋଲେରୋରେ ତୁରନ୍ତ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ବିଧାୟକ ଦତ୍ତ ମେଡ଼ିକାଲରେ ପହଞ୍ଚତ୍ ଆହତଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ। ଡ୍ରାଇଭରଙ୍କ ସମେତ ଶ୍ରମିକ ରାଜେନ୍ଦ୍ର ଦାସ ଓ ମୃତ୍ୟୁଞ୍ଜୟ ରଣା ଗୁରୁତର ଥିବା ଜଣାପଡ଼ିଛି। ଦୁର୍ଘଟଣାଗ୍ରସ୍ତ ବୋଲେରୋକୁ ରୂପ୍‌ସା ଥାନାରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri