ଟ୍ରକ୍‌କୁ ପିଟିଲା ବୋଲେରୋ: ୭ ଝୋଟକଳ ଶ୍ରମିକ, ଡ୍ରାଇଭର ଆହତ

ରୂପ୍‌ସା, ୨୩।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ୬୦ନଂ. ଜାତୀୟ ରାଜପଥର ସଦର ବ୍ଲକ ରାଜଧାନୀ ଢ଼ାବା ନିକଟରେ ଶୁକ୍ରବାର ଏକ ଟ୍ରକ୍‌ ପଛପଟୁ ଏକ ବୋଲେରୋ (ନଂ. ଓଡ଼ି୦୧ଇ-୯୦୩୨) ଧକ୍କା ଦେବାରୁ ରୂପ୍‌ସା ଝୋଟ କାରଖାନାର ୭ଜଣ ଶ୍ରମିକଙ୍କ ସମେତ ବୋଲେରୋ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତ ଶ୍ରମିକମାନେ ହେଲେ ମୃତ୍ୟୁଞ୍ଜୟ ରଣା, ରାଜେନ୍ଦ୍ର ଦାସ, ନିରଞ୍ଜନ ଦାସ, ସଞ୍ଜୟ ସାହୁ, ଦୀପକ ସାହୁ, ରବୀନ୍ଦ୍ର ନାୟକ ଓ ଦେବେନ୍ଦ୍ର୍ର ସିଂହ। ଶ୍ରମିକ ସଂଘର କର୍ମକର୍ତ୍ତା ଓ ଶ୍ରମିକମାନେ ୩ଟି ବୋଲେରୋରେ ସଦର ବିଧାୟକ ମଦନମୋହନ ଦତ୍ତଙ୍କୁ ସଂଘ ପରିଚାଳନା ସମ୍ପର୍କରେ ଆଲୋଚନା ପାଇଁ ସାକ୍ଷାତ କରିବାକୁ ଯାଉଥିଲେ। ଦୁର୍ଘଟଣା ଘଟିବା ପରେ ଆହତମାନଙ୍କୁ ଅନ୍ୟ ଏକ ବୋଲେରୋରେ ତୁରନ୍ତ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ବିଧାୟକ ଦତ୍ତ ମେଡ଼ିକାଲରେ ପହଞ୍ଚତ୍ ଆହତଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ। ଡ୍ରାଇଭରଙ୍କ ସମେତ ଶ୍ରମିକ ରାଜେନ୍ଦ୍ର ଦାସ ଓ ମୃତ୍ୟୁଞ୍ଜୟ ରଣା ଗୁରୁତର ଥିବା ଜଣାପଡ଼ିଛି। ଦୁର୍ଘଟଣାଗ୍ରସ୍ତ ବୋଲେରୋକୁ ରୂପ୍‌ସା ଥାନାରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri