ଟ୍ରକ୍‌ ଚୋରି ଉଦ୍ୟମ : ଅଭିଯୁକ୍ତଙ୍କୁ ଧରି ନିସ୍ତୁକ ପିଟିଲେ ଲୋକେ

ଯୋଡ଼ା,୧୨।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡ଼ି ହାଟପଦାଠାରେ ଟ୍ରକ ଚୋରି ଉଦ୍ୟମ କରୁଥିବା ଜଣେ ଯୁବକଙ୍କୁ ସ୍ଥାନୀୟ ଲୋକେ ଧରି ମାଡ଼ ମାରିବା ସହିତ ପୋଲିସରେ ଜିମା ଦେଇଛନ୍ତି।
ସୂଚନାଯୋଗ୍ୟ, ଶୁକ୍ରବାର ସନ୍ଧ୍ୟାରେ ଜୁରୁଡିସ୍ଥିତ ହାଟପଦାଠାରେ ୧୨ ଚକିଆ ଟ୍ରକ୍‌ ନଂ. ଓଡି ୦୯ ଜି ୮୩୭୯ର ଡ୍ରାଇଭର ଚକା ମରାମତି ପାଇଁ ଯାଇଥିବାବେଳେ ସୁଯୋଗ ପାଇ ରବୀନ୍ଦ୍ର କୁମାର ସାଓ ନାମକ ଯୁବକ ଟ୍ରକକୁ ଚୋରି କରି ନେଉଥିବା ବେଳେ ସ୍ଥାନୀୟ ଲୋକେ ଜାଣିପାରି ତାଙ୍କୁ ନିସ୍ତୁକ ମାଡ଼ ମାରି ପୋଲିସରେ ଜିମା ଦେଇଥିଲେ। ଅଭିଯୁକ୍ତଙ୍କ ଘର ମଧ୍ୟପ୍ରଦେଶର ହୁସିଆରି ଗ୍ରାମରେ ବୋଲି ଜଣାପଡ଼ିଛି। ଏନେଇ ଟ୍ରକମାଲିକ ପ୍ରଦୀପ କୁମାର ବେହେରା ଥାନାରେ ଲିଖିତ ଅଭିଯୋଗ କରିବା ପରେ କେସ୍‌ ନଂ. ୧୩୩/୧୯ରେ ଏକ ମାମଲା ରୁଜୁ କରାଯାଇଛି। ଲୋକଙ୍କ ମାଡ଼ରେ ଆହତ ଅଭିଯୁକ୍ତଙ୍କୁ ଟାଟାଷ୍ଟିଲ ଡାକ୍ତରଖାନାରେ ଚିକିସତ୍ା ପାଇଁ ଭର୍ତ୍ତି କରାଯାଇଥିବା ଥାନାଧିକାରୀ ପରେଶ କୁମାର ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri