ଟ୍ରକ୍‌-ଟ୍ରେଲର ମୁହାଁମୁହିଁ ଧକ୍କା; ୮ ଘଣ୍ଟା ରାସ୍ତା ଜାମ୍‌

ପରଜଙ୍ଗ, ୨୩।୯(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ୧୪୯ନଂ. ଜାତୀୟ ରାଜପଥର ଭେଜିଆ ଛକ ନିକଟରେ ରବିବାର ଭୋର୍‌ ୩ଟାରେ ଛାତିଥରା ଦୁର୍ଘଟଣା ଘଟିଛି। ଟ୍ରକ୍‌-ଟ୍ରେଲ ମୁହଁାମୁହଁି ଧକ୍କା ହୋଇଛି। ଦୁର୍ଘଟଣା ଏତେ ଜୋର୍‌ରେ ହୋଇଥିଲା ଯେ, ଉଭୟ ଗାଡ଼ିର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚୂରମାର ହୋଇଯାଇଛି। ଏଥିରେ ଦୁଇଜଣ ଡ୍ରାଇଭର ଆହତ ହୋଇଛନ୍ତି। ହେଲେ ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଲୋକେ ରୁଣ୍ଡ ହୋଇଯିବା ପରେ ଉଭୟେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ସେମାନଙ୍କ ପରିଚୟ ମିଳିପାରିନାହିଁ। ଅନ୍ୟପଟେ ଦୁର୍ଘଟଣା ଯୋଗୁ ଦୀର୍ଘ ୮ଘଣ୍ଟା ଧରି ରାସ୍ତା ଜାମ୍‌ ହୋଇଯାଇଥିଲା। ରାଜପଥର ଉଭୟ ପାର୍ଶ୍ୱରେ ହଜାର ହଜାର ଭାରିଯାନ ଅଟକି ରହିଥିଲା।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ପାଲଲହଡ଼ା ପଟୁ ପିତିରି ଆଡ଼କୁ ଟ୍ରେଲର (ନଂ. ଏନଏଲ ୦୧ ଏଲ ୯୬୩୮) ଆସୁଥିଲା। ଡ୍ରାଇଭର ହଠାତ୍‌ ଗାଡ଼ିକୁ ଡାହାଣ ପାର୍ଶ୍ୱକୁ ଆଣି ଦେଇଥିଲେ। ଫଳରେ ସମ୍ମୁଖ ପାର୍ଶ୍ୱରୁ ଆସୁଥିବା ୧୦ ଚକିଆ ଟ୍ରକ୍‌ (ନଂ. ଓଆର ୦୪ ଏଫ ୬୦୭୬) ସହ ମୁହଁାମୁହିଁ ଧକ୍କା ହୋଇଥିଲା। ରାସ୍ତା ମଝିରେ ଦୁର୍ଘଟଣା ଘଟିଥିବାରୁ ଯାତାୟାତ ଠପ୍‌ ହୋଇଯାଇଥିଲା। ଫଳରେ ପୂର୍ବାହ୍ନ ୧୧ଟା ଯାଏ ରାସ୍ତାର ଦୁଇପାର୍ଶ୍ୱରେ ହଜାର ହଜାର ସଂଖ୍ୟାରେ ଭାରିଯାନ ଛିଡ଼ା ହୋଇ ରହିଥିଲେ। ୩ଘଣ୍ଟାର କସରତ ପରେ କ୍ରେନ୍‌ ସହାୟତାରେ ଗାଡ଼ି ଦୁଇଟିକୁ ହଟାଯିବା ପରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିଲା। ଥାନାଧିକାରୀ ବିଜୟ କୁମାର ହାଇବ୍ରୁ, ମହାବିରୋଡ଼ ଫାଣ୍ଡି ଅଧିକାରୀ ବିନୟ ସାହୁ, ଦଦରାଘାଟି ଫାଣ୍ଡି ଅଧିକାରୀ ସମରଜିତ ନାୟକ ସଦଳବଳ ପହଞ୍ଚତ୍ ରାସ୍ତା ଅବରୋଧ ହଟାଇବା ସହ ଶାନ୍ତିଶୃଙ୍ଖଳା ରକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri