ଟ୍ରକ୍‌ ଧକ୍କାରେ ବାଇକ୍‌ଆରୋହୀଙ୍କ ଜୀବନ ଗଲା

ଢେଙ୍କିକୋଟ,୨୯।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥ ଲଙ୍ଗଳକଣ୍ଟି ପେଟ୍ରୋଲ ପମ୍ପ ନିକଟରେ ବୁଧବାର ରାତିରେ ଏକ ଟ୍ରକ୍‌ ଜଣେ ବାଇକଆରୋହୀଙ୍କୁ ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ବାଇକ୍‌ଆରୋହୀ ଜଣକ ହେଲେ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ବଡ଼ ମସିଣାବିଲାର ଖଗେଶ୍ୱର ଦଳେଇ(୨୦)। ଖଗେଶ୍ୱର ଢେଙ୍କିକୋଟ ବଜାରରୁ ବାଇକ୍‌ ନଂ ଓଡି ୦୯ ଇ ୨୦୪୫ ଯୋଗେ ଘରକୁ ଫେରୁଥିବାବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ଗୁରୁତର ହୋଇପଡ଼ିଥିଲେ। ସ୍ଥାନୀୟ ଲୋକେ ଫାଣ୍ଡି ଅଧିକାରୀ ସତ୍ୟନାରାୟଣ ପରିଡ଼ାଙ୍କୁ ଖବର ଦେବାରୁ ସେ ଘଟଣାସ୍ଥଳରେ ପହଞ୍ଚି ଆମ୍ବୁଲାନ୍ସ ଯୋଗେ ଖଗେଶ୍ୱରଙ୍କୁ ଘଟଗାଁ ଡାକ୍ତରଖାନାକୁ ପଠାଇଥିଲେ। ତେବେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଗାଁ ପୋଲିସ ପାଟଣା ଡାକ୍ତରଖାନାକୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?