ଟ୍ରକ୍‌ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ: ଡ୍ରାଇଭର କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୯।୧୧: ଗଞ୍ଜାମ ଜିଲା ବ୍ରହ୍ମପୁର ଜାତୀୟ ରାଜପଥ ୧୬ ନଂ. ଲାଞ୍ଜିପଲ୍ଲୀ ବାଇପାସ୍‌ରେ ଶନିବାର ସଡ଼କ ଦୁର୍ଘଟଣା ଘଟିଛି । ଏକ ଚାଉଳ ବୋଝେଇ ଟ୍ରକ୍‌ ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପାଳପୁର ଥାନା ଅନ୍ତର୍ଗତ ଗଉଞ୍ଜୁ ଗ୍ରାମର ଲଳିତ ଦାସ (୩୦)। ଅନ୍ୟପକ୍ଷେ ଟ୍ରକ୍‌ଚାଳକ ତାମିଲନାଡୁର କେ. ସାଦିକ ବାସାଙ୍କୁ ମାମଲା ନଂ. ୨୯/୧୯ରେ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ବୋଲି ଥାନାଧିକାରୀ ସୁନୀଲ ବେହେରା ସୂଚନା ଦେଇଛନ୍ତି ।
ପ୍ରକାଶ ଯେ, ଲଳିତ ରାଜମିସ୍ତ୍ରି କାମ କରୁଥିବା ବେଳେ ଶନିବାର ସେ କାମ ପାଇଁ ବାଇକ୍‌ ଯୋଗେ ବ୍ରହ୍ମପୁର ଆସୁଥିଲେ। ଲାଞ୍ଜିପଲ୍ଲୀ ବାଇପାସ୍‌ ଦେଇ ଯାଉଥିବା ବେଳେ ତାମିଲନାଡୁରୁ କଲିକତା ଅଭିମୁଖେ ଯାଉଥିବା ଟ୍ରକ୍‌ (ଟିଏନ୍‌ ୪୮ଏଏନ-୨୪୫୭) ତାଙ୍କ ବାଇକ୍‌କୁ ଧକ୍କା ଦେଇଥିଲା । ଖବର ପାଇ ଟ୍ରାଫିକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ଲଳିତଙ୍କୁ ଉଦ୍ଧାର କରି ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୋଲିସ ଡ୍ରାଇଭରଙ୍କୁ ଗିରଫ କରିବା ସହ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ଟିକୁ ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ...

୩ ସୂଚନା ଅଧିକାରୀଙ୍କ ଆଗୁଆ ଜାମିନ ଖାରଜ

କଟକ,୩ା୫ (କାର୍ତ୍ତିକ ସାହୁ): ସୂଚନା ଅଧିକାରର ମିଥ୍ୟା ତଥ୍ୟ ପ୍ରଘଟ କରିବା ମହଙ୍ଗା ପଡ଼ିଲା। ୩ ସୂଚନା ଅଧିକାର କର୍ମୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ...

ଓଭରହେଡ୍‌ କେବୁଲ ତାର ମୁକ୍ତ ଅଭିଯାନ ବାଟବଣା

ରାଉରକେଲା,୩ା୫(ବିପ୍ଲବ ରଞ୍ଜନ ଦାଶ): ସ୍ମାର୍ଟ ସିଟି ରାଉରକେଲା ଓଭରହେଡ୍‌ କେବୁଳ ମୁକ୍ତ ସହର ହେବ ବୋଲି ନିଷ୍ପତ୍ତି ନିଆଗଲା। ମାତ୍ରା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ...

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ...

ମାଡ଼ି ଚାଲିଛି ଶିମିଳିପାଳ ନିଆଁ

ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ...

ଶୁକ୍ରବାର ରାହୁଲ, ଶନିବାର ନବୀନଙ୍କ ପ୍ରଚାର

ରାୟଗଡ଼ା,୩।୫(ଆଶିଷ ରଞ୍ଜନ ପଣ୍ଡା):କଂଗ୍ରେସ ନିଜ ଗଡ଼କୁ ଫେରିପାଇବା ପାଇଁ ଲାଗିଥିବାବେଳେ ବିଜେଡି ଗଡ଼ ବଞ୍ଚାଇ ରଖିବାକୁ ପ୍ରୟାସ ଜାରି ରଖିଛି। ତେବେ ୨୦୧୯ ସାଧାରଣ ନିର୍ବାଚନରେ...

ଚର୍ଚ୍ଚାରେ କଳାହାଣ୍ଡି ଛାତ୍ର ଅନିରୁଦ୍ଧ

ଭବାନୀପାଟଣା,୩ା୫(ଉତ୍ତମ କୁମାର ଦାଶ):ଆୟର୍ଲାଣ୍ଡ ଡବଲିନ୍‌ ସିଟି ବିଶ୍ୱବିଦ୍ୟାଳୟରେ ଗତ ସପ୍ତାହରେ ଅନୁଷ୍ଠିତ ସପ୍ତମ ବାର୍ଷିକ ଦକ୍ଷିଣ ଏସିଆ ସମ୍ମିଳନୀରେ ନିଜ ଶୀର୍ଷକ ଉପସ୍ଥାପନ କରି ଚର୍ଚ୍ଚାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri