ଟ୍ରକ୍‌ ଧକ୍କାରେ ମହିଳା ମୃତ, ସ୍ବାମୀ ଗୁରୁତର

ବ୍ରହ୍ମପୁର ଅଫିସ,୩ା୧- ମରଣଯନ୍ତା କୁହାଯାଉଥିବା ହଳଦିଆପଦର ଜାତୀୟ ରାଜପଥ ଏଣ୍ଟ୍ରି ପଏଣ୍ଟରେ ଗୁରୁବାର ଅପରାହ୍ନରେ ଏକ ସଡକ ଦୁର୍ଘଟଣା ଘଟିଛି। ବ୍ରହ୍ମପୁରରୁ ହଳଦିଆପଦର ଓଭରବ୍ରିଜ ଦେଇ ଜାତୀୟ ରାଜପଥକୁ ଯାଉଥିବା ଏକ ବାଇକ୍‌କୁ ଆନ୍ଧ୍ରରୁ କଟକ ଅଭିମୁଖେ ଆସୁଥିବା ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଟ୍ରାଫିକ ଥାନାଧିକାରୀ ସୁନୀଲ କୁମାର ବେହେରା ଓ ଗୋଷାଣୀନୂଆଗଁା ଥାନାଧିକାରୀ ସୁମିତ କୁମାର ସୋରେନ ପହଞ୍ଚିଥିଲେ। ମୃତ ମହିଳା ରୀତା କୁମାରୀ ହୋତା (୩୨) ବୋଲି ପୋଲିସ କହିଛି। ଅନ୍ୟପଟେ ତାଙ୍କ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି । ସେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ଆମ୍ବପୁରର ମହେନ୍ଦ୍ର କୁମାର ହୋତା। ତାଙ୍କୁ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ନଂ. ୧/୨୦ରେ ଏକ ମାମଲା ରୁଜୁ କରିଛି। ମହେନ୍ଦ୍ର ଗୁରୁବାର କୌଣସି କାମରେ ସ୍ତ୍ରୀ ରୀତାଙ୍କ ସହ ବ୍ରହ୍ମପୁର ଆସିଥିଲେ। କାମ ସାରି ମହେନ୍ଦ୍ର ସ୍ତ୍ରୀଙ୍କୁ ଧରି ବାଇକ୍‌ (ନଂ ଓଆର୦୭କେ -୨୧୨୩) ରେ ଘରକୁ ଫେରୁଥିଲେ। ହଳଦିଆପଦର ଓଭରବ୍ରିଜ ଦେଇ ଜାତୀୟ ରାଜପଥକୁ ଯାଉଥିବା ବେଳେ ଏକ ମାଲ ବୋଝେଇ ଟ୍ରକ୍‌ (ନଂ ଓଆର ୦୭କେ -୩୫୦୭) ବାଇକ୍‌କୁ ଧକ୍କା ଦେଇଥିଲା। ଘଟଣା ପରେ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ପୋଲିସ ଟ୍ରକ୍‌ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri