ବ୍ରହ୍ମପୁର ଅଫିସ,୩ା୧- ମରଣଯନ୍ତା କୁହାଯାଉଥିବା ହଳଦିଆପଦର ଜାତୀୟ ରାଜପଥ ଏଣ୍ଟ୍ରି ପଏଣ୍ଟରେ ଗୁରୁବାର ଅପରାହ୍ନରେ ଏକ ସଡକ ଦୁର୍ଘଟଣା ଘଟିଛି। ବ୍ରହ୍ମପୁରରୁ ହଳଦିଆପଦର ଓଭରବ୍ରିଜ ଦେଇ ଜାତୀୟ ରାଜପଥକୁ ଯାଉଥିବା ଏକ ବାଇକ୍କୁ ଆନ୍ଧ୍ରରୁ କଟକ ଅଭିମୁଖେ ଆସୁଥିବା ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଟ୍ରାଫିକ ଥାନାଧିକାରୀ ସୁନୀଲ କୁମାର ବେହେରା ଓ ଗୋଷାଣୀନୂଆଗଁା ଥାନାଧିକାରୀ ସୁମିତ କୁମାର ସୋରେନ ପହଞ୍ଚିଥିଲେ। ମୃତ ମହିଳା ରୀତା କୁମାରୀ ହୋତା (୩୨) ବୋଲି ପୋଲିସ କହିଛି। ଅନ୍ୟପଟେ ତାଙ୍କ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି । ସେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ଆମ୍ବପୁରର ମହେନ୍ଦ୍ର କୁମାର ହୋତା। ତାଙ୍କୁ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ନଂ. ୧/୨୦ରେ ଏକ ମାମଲା ରୁଜୁ କରିଛି। ମହେନ୍ଦ୍ର ଗୁରୁବାର କୌଣସି କାମରେ ସ୍ତ୍ରୀ ରୀତାଙ୍କ ସହ ବ୍ରହ୍ମପୁର ଆସିଥିଲେ। କାମ ସାରି ମହେନ୍ଦ୍ର ସ୍ତ୍ରୀଙ୍କୁ ଧରି ବାଇକ୍ (ନଂ ଓଆର୦୭କେ -୨୧୨୩) ରେ ଘରକୁ ଫେରୁଥିଲେ। ହଳଦିଆପଦର ଓଭରବ୍ରିଜ ଦେଇ ଜାତୀୟ ରାଜପଥକୁ ଯାଉଥିବା ବେଳେ ଏକ ମାଲ ବୋଝେଇ ଟ୍ରକ୍ (ନଂ ଓଆର ୦୭କେ -୩୫୦୭) ବାଇକ୍କୁ ଧକ୍କା ଦେଇଥିଲା। ଘଟଣା ପରେ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ପୋଲିସ ଟ୍ରକ୍ ଜବତ କରିଛି।
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…
ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

