ଟ୍ରକ୍‌ ଧକ୍କାରେ ଯୁବତୀ ମୃତ, ରାସ୍ତାରୋକୋ

ଖଲ୍ଲିକୋଟ,୩୦ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ବ୍ଲକ ଭେଜିପୁଟ ଫାଣ୍ଡି ଆଗରେ ଶନିବାର ସନ୍ଧ୍ୟାରେ ଟ୍ରକ ଧକ୍କାରେ ସାନ ଭଉଣୀଙ୍କ ମୃତ୍ୟୁ ଘଟିଥିବାବେଳେ ବଡ ଭଉଣୀ ଗୁରୁତର ହୋଇଛନ୍ତି। ମୃତକ ହେଲେ ଭେଜିପୁଟର ପୁଷ୍ପାଞ୍ଜଳୀ ମହାରଣା (୧୮)। ଖବର ପାଇ ଅଞ୍ଚଳବାସୀ ପ୍ରାୟ ୩ ଘଣ୍ଟା ଧରି ଜାତୀୟ ରାଜପଥ ନଂ.୧୬ ଅବରୋଧ କରିଥିଲେ। ଭେଜିପୁଟ ଫାଣ୍ଡି ପୋଲିସ ଟ୍ରକ୍‌ ଚାଳକଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।
ପୁଷ୍ପାଞ୍ଜଳି ଓ ଲିଲି ସନ୍ଧ୍ୟାରେ ଔଷଧ କିଣିବାକୁ ଯାଉଥିଲେ। ଭେଜିପୁଟ ଫାଣ୍ଡି ଆଗରେ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ଟ୍ରକ୍‌ ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ପୁଷ୍ପାଞ୍ଜଳୀଙ୍କ ମୃତ୍ୟୁ ଘଟିଥିବାବେଳେ ଲିଲିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଲୋକେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇଥିଲେ। ପରିବାର ଲୋକ ଅଞ୍ଚଳବାସୀ ସନ୍ଧ୍ୟା ପ୍ରାୟ ସାଢେ ୫ଟାରୁ ସାଢେ ୮ଟା ପର୍ଯ୍ୟନ୍ତ ରାସ୍ତାରୋକୋ କରିଥିଲେ। ଖଲ୍ଲିକୋଟ ତହସିଲଦାର ଚକ୍ରଧର ପାଢ଼ୀ,ଏସ୍‌ଡିପିଓ ଗୌତମ କିଷାନ, ଖଲ୍ଲିକୋଟ ଥାନାଧିକାରୀ ସତ୍ୟରଞ୍ଜନ ପ୍ରଧାନ, ଭେଜିପୁଟ ଫାଣ୍ଡି ଓଆଇସି ଟୁନା ପିଡ଼ିକା ପହଞ୍ଚତ୍ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା। ତହସିଲଦାର ରେଡକ୍ରସ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri